ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍ ତଳମୁହାଁ ହେବାରେ ଲାଗିଛି। ଗତ ୭୫ ଦିନ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ମଙ୍ଗଳବାର ସର୍ବନିମ୍ନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ୪୭୧ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୭୨୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୧୭ ହଜାର ୫୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୯ ଲକ୍ଷ ୧୩ ହଜାର ୩୭୮ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୫ କୋଟି ୯୦ ଲକ୍ଷ ୪୪ ହଜାର ୭୨ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୮ କୋଟି ୧୩ ଲକ୍ଷ ୭୫ ହଜାର ୯୮୪ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି। ଦେଶରେ କରୋନା ସଂକ୍ରମଣ ହାର କମୁଥିବାବେଳେ ବ୍ୟାପୁଥିବା ଡେଲ୍ଟା ଭାରିଆଣ୍ଟ୍ ପ୍ରତି ଚିନ୍ତା କରିବା ଅନାବଶ୍ୟକ ବୋଲି ବିଶେଷଜ୍ଞ କହିଛନ୍ତି। ଭାକ୍ସିନ୍ର ଦୁଇଟି ଡୋଜ୍ ନେଲେ ଏହା ଡେଲ୍ଟା ଭାରିଆଣ୍ଟ୍କୁ ପ୍ରଭାବହୀନ କରିବ ବୋଲି ବିଶେଷଜ୍ଞ ସୂଚନା ଦେଇଛନ୍ତି। ତେଣୁ ସଭିଏଁ ଭାକ୍ସିନ୍ର ଦୁଇ ଡୋଜ୍ ନେବା ଜରୁରୀ ବୋଲି ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି।
ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍କୁ ପ୍ରଭାବହୀନ କରିବ ଭାକ୍ସିନ୍…
Posted inକରୋନା ଭାଇରସ୍, ଜାତୀୟ View All
କ୍ଷମା ମାଗିଲେ ହରଭଜନ
ନୂଆଦିଲ୍ଲୀ, ୭ା୬: ହରଭଜନ ସିଂ ସୋମବାର କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଭେଟେରାନ ଭାରତୀୟ ଅଫ୍ ସ୍ପିନର ଖଲିସ୍ଥାନୀ ସନ୍ତ୍ରାସବାଦୀ ଜର୍ନେଲ ସିଂ ଭିନ୍ଦ୍ରନଓ୍ବାଲେଙ୍କ ପ୍ରତି...
୨୦୨୨ରେ ଭୋଟ୍ ପ୍ରଚାର କରିବ ରୋବୋ
ନୂଆଦିଲ୍ଲୀ, ୨୧।୬: ଗତ ମାର୍ଚ୍ଚ, ଏପ୍ରିଲରେ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। କୋଭିଡ୍ ମହାମାରୀ ସମୟରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଆୟୋଜିତ...
କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା...
ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...
୧୦ ହଜାରରୁ ଅଧିକ ଘର ଉପରେ ଚାଲିବ ବୁଲ୍ଡୋଜର: ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ…
ଚଣ୍ଡିଗଡ଼,୧୭।୬: ହରିୟାଣାର ଫରିଦାବାଦ୍ ଏବଂ ଆରାବଳୀ ଜଙ୍ଗଲ ଅଞ୍ଚଳରେ ଥିବା ୧୦ ହଜାରରୁ ଅଧିକ ଘର ଉପରେ ବୁଲ୍ଡୋଜର ଚଳାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର ରୋକ...
୧୭,୦୦୦ ଫାଭିପିରାଭିର ଟାବ୍ଲେଟ୍ ଜବତ
କଟକ ଅଫିସ,୧୨ା୬: କଟକ କନିକା ଛକରେ ଥିବା ଏକ ମେଡିସିନ ଗୋଦାମ ଉପରେ ଶୁକ୍ରବାର ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର ପକ୍ଷରୁ ଚଢାଉ କରାଯାଇଛି। ସେଠାରୁ ପ୍ରାୟ...
ଦିଗ୍ବିଜୟ-ପି.ସି ଶର୍ମା ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ
ଭୋପାଳ,୧୧।୬: କଂଗ୍ରେସ ନେତା ଦିଗ୍ବିଜୟ ସିଂହ ଓ ପି.ସି ଶର୍ମାଙ୍କ ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ। ସରକାରଙ୍କ ଆଦେଶକୁ ଉଲ୍ଲଂଘନ ଓ ରାଲି ବାହାର...
ଶେଷ ହେଲା ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ
ନୂଆଦିଲ୍ଲୀ,୨।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ ବୁଧବାର ଶେଷ ହୋଇଛି। ତାଙ୍କ ସ୍ଥାନରେ କେନିୟା...


