କଟକ ଅଫିସ, ୧୯।୬: ରାଜ୍ୟରେ ବାସ୍ତବ ପକ୍ଷେ ଯେତିକି କୋଭିଡ୍ଜନିତ ମୃତ୍ୟୁ ଘଟୁଛି ସରକାର ତାହାକୁ ଦର୍ଶାଉ ନାହାନ୍ତି। ଏହି ମୃତ୍ୟୁସଂଖ୍ୟାକୁ ରାଜ୍ୟ ସରକାର ଲୁଚାଉଛନ୍ତି। ତେଣୁ ଏହାର ସ୍ବତନ୍ତ୍ର ଅଡିଟ କରାଯିବାକୁ ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଏଥିସହ ଗ୍ରାମାଞ୍ଚଳରେ କୋଭିଡ୍ ଟେଷ୍ଟ ଓ ଟିକାକରଣ ବ୍ୟାପକ କରାଯିବାକୁ ଦାବି କରାଯାଇଛି। ହାଇକୋର୍ଟ ଏ ନେଇ ମୁଖ୍ୟ ଶାସନ ସଚିବ ଓ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେବାକୁ ଆଇନଜୀବୀ ନିଶିକାନ୍ତ ମିଶ୍ର ତାଙ୍କ ପିଟିଶନରେ ନିବେଦନ କରିଛନ୍ତି।
ପିଟିଶନରେ ଉଲ୍ଲେଖ ହୋଇଛି ଯେ, କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ ରୋକିବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି। ଗ୍ରାମାଞ୍ଚଳରେ ସଂକ୍ରମଣ ହାର ବଢିଛି। ରାଜ୍ୟରେ ହେଉଥିବା ପ୍ରକୃତ ମୃତ୍ୟୁର ତଥ୍ୟ ଲୁଚାଇବାକୁ ସରକାର ଚେଷ୍ଟା କରୁଛନ୍ତି। ଆବେଦନକାରୀ ମିଶ୍ର ଗତ ଏପ୍ରିଲ ୨୫ରେ ସତୀଚଉରା ଶ୍ମଶାନ ପରିଦର୍ଶନ କରି ସିଏମ୍ସି କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ସେହିଦିନ ଅତିକମ୍ରେ ୪୪ ମୃତଦେହ ସତ୍କାର କରାଯାଇଥିବାବେଳେ ସରକାରୀ ଭାବେ ମାତ୍ର ୩ ବୋଲି ଦର୍ଶାଯାଇଥିଲା। ସେହିପରି ଏପ୍ରିଲ ୨୬ରେ ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ଅତିକମ୍ରେ ୪୦ ଶବଦାହ ହୋଇଥିବାବେଳେ ଧାଡ଼ିରେ ୮ରୁ ୯ ମୃତଦେହ ରହିଥିବା ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ପଶ୍ଚିମ ଓଡ଼ିଶାର ନୂଆପଡ଼ାରେ ଗତ ଏପ୍ରିଲରେ କୋଭିଡ୍ ପଜିଟିଭ ହାର ୩୫ ପ୍ରତିଶତ ରହିଥିଲା। ଅର୍ଥାତ ୩ଜଣରେ ଜଣେ ଆକ୍ରାନ୍ତ ଥିଲେ। ସରକାରୀ ଭାବେ ୪ଜଣ ମୃତ୍ୟୁ ଦର୍ଶାଯାଇଥିବାବେଳେ ଜିଲାର କୋଭିଡ୍ ହସ୍ପିଟାଲ ପକ୍ଷରୁ ୮୨ ମୃତ୍ୟୁ ହୋଇଥିବା ରିପୋର୍ଟ ମିଳିଥିଲା। ସମ୍ବଲପୁର ଜିଲାରେ କୋଭିଡ୍ଜନିତ ମୃତ୍ୟୁ ୧୯୧ ବୋଲି ହସ୍ପିଟାଲ ପକ୍ଷରୁ ଜଣାପଡ଼ିିଥିବାବେଳେ ସରକାରୀ ତଥ୍ୟରେ ୮୨ବୋଲି ଦର୍ଶାଯାଇଥିଲା। ଅନ୍ୟପଟେ, ଦ୍ୱିତୀୟ ଲହରରେ ନୟାଗଡ଼ ଜିଲାରେ କୋଭିଡ୍ଜନିତ ମୃତ୍ୟୁସଂଖ୍ୟା ୯୭ ବୋଲି ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ମୁଖ୍ୟ ଜିଲା ଚିକିତ୍ସାଧିକାରୀ ତଥ୍ୟ ପ୍ରଦାନ କରିଥିବାବେଳେ ରାଜ୍ୟ ସରକାରଙ୍କ ପୋର୍ଟାଲରେ ୫୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣଙ୍କର କୋଭିଡ୍ଜନିତ ମୃତ୍ୟୁ ହୋଇଥିବା ଦର୍ଶାଯାଇଛି।
Posted inଆମ ଜିଲା ଖବର, କଟକ, କରୋନା ଭାଇରସ୍ View All
ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ
ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ ମନୁଶୁ ପଞ୍ଚାୟତର...
ଭାକ୍ସିନ୍ ନେଲେ ମିଳୁଛି ଫ୍ରିଜ୍ ସହିତ ଅନ୍ୟ ଦାମିକା ଉପହାର…
ଇନ୍ଦୋର,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶର ସ୍ବଚ୍ଛ ସହର ତାଲିକାରେ ଶୀର୍ଷରେ...
ନକଲି ଡାକ୍ତରଙ୍କ ଚିକିତ୍ସାରେ ୨ ମୃତ୍ୟୁ ଅଭିଯୋଗ
ମହାକାଳପଡ଼ା,୪।୬(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ସୁନୀତି ପଞ୍ଚାୟତ ଓ କେବୀ ଦାଣ୍ଡୁଆ ପଞ୍ଚାୟତ...
ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ
ରୂପ୍ସା,୨୫ା୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜହତା ଗ୍ରାମରେ ଶୁକ୍ରବାର ସକାଳେ ଏକ ଦନ୍ତାହାତୀ ପଶି ଆସିଥିବା ଦେଖିବାକୁ ମିଳିଛି। ଜଣେ...
ଲାବ୍ରୁ ବାହାରିନି ଭୂତାଣୁ: ବ୍ୟାଟ୍ ଓମ୍ୟାନ
ବେଜିଂ, ୧୭ା୬: ଚାଇନାର ଉହାନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜିରୁ କରୋନା ଭୂତାଣୁ ଲିକ୍ ହୋଇଥିବା କଥା ଭୁଲ୍ ବୋଲି କହିଛନ୍ତି ଚାଇନା ବ୍ୟାଟ୍ ଓମ୍ୟାନ ଭାବେ...
ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ
ଭୁବନେଶ୍ୱର,୩।୬: କୋଭିଡ୍ ମହାମାରୀରେ ଅମ୍ଳଜାନର ଆବଶ୍ୟକତାକୁ ନଜରରେ ରଖି ସ୍ଲାଇଲ ପ୍ଲିଜ୍, ସ୍ପର୍ଶ ହସ୍ପିଟାଲ ଏବଂ ଓଡ଼ିଶା ସୋସାଇଟି ଅଫ୍ ଦ ଆମେରିକା ହେଲ୍ଥ ଆଣ୍ଡ...
ପ୍ରସ୍ତାବ ମାତ୍ରେ ଅଣଦେଖା
ଯାଜପୁର ଅଫିସ,୭ା୬: ଯାଜପୁର ଜିଲାରେ ପ୍ରାୟ ପ୍ରତିବର୍ଷ ବନ୍ୟା ବିଭୀଷିକା ଦେଖିବାକୁ ମିଳୁଛି। ବିପୁଳ ପରିମାଣର ଚାଷଜମି ପ୍ରଭାବିତ ହେବାଯୋଗୁ ଚାଷୀମାନେ ବିପୁଳ କ୍ଷତି ସହୁଛନ୍ତି।...
ଆଜି ମାଟ୍ରିକ ପରୀକ୍ଷାଫଳ
କଟକ ଅଫିସ,୨୫।୬: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ପ୍ରେସ୍ ବିବୃତି ମାଧ୍ୟମରେ ସୂଚନା...


