ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣା: ୧୩ ଗିରଫ ପରେ ଗାଁ ପୁରୁଷଶୂନ୍ୟ

ଛତ୍ରପୁର,୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗ୍ରାମରେ ଶନିବାର ଗୁଣିଆ ସନ୍ଦେହରେ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ସଂଘବଦ୍ଧ ଭାବେ ବ୍ରହ୍ମପୁର ଅଞ୍ଚଳର ଏନ୍‌.ଭେଙ୍କଟ ରମଣ(୫୦)ଙ୍କୁ ପିଟିପିଟି ଜୀବନରେ ମାରିଦେଇଥିଲେ । ଏହାସହ ରାମେୟାପଲ୍ଲୀ ଗ୍ରାମର ପି.ଭୀମରାଜୁ ରେଡ୍ଡୀ ଏବଂ ବ୍ରହ୍ମପୁରର ପି.ଧବଳେଶ୍ୱର ରେଡ୍ଡୀ ମଧ୍ୟ ଉକ୍ତ ସଂଘବଦ୍ଧ ଆକ୍ରମଣରେ ଗୁରୁତର ହୋଇଥିଲେ ।
ଏନେଇ ଆହତ ଭୀମରାଜୁ ଚମାଖଣ୍ଡି ଥାନାରେ ଏତଲା ଦେଇଥିଲେ ଏହାକୁ ନେଇ ପୋଲିସ ଏକ ୧୨୦/୨୧ମାମଲା ରୁଜୁ କରିଛନ୍ତି । ଏହି ମାମଲାରେ ୧୩ ଜଣଙ୍କୁ ଗିରଫ କରାଯାଇଥିବା ରବିବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ କହିଛନ୍ତି। ଆଉ କେତେକଙ୍କୁ ଅଟକ ରଖି ପଚରା ଉଚରା କରାଯାଉଥିବା କୁହାଯାଇଛି। ଅପରପକ୍ଷରେ ଗିରଫ ଭୟରେ ଗାଁ ପୁରୁଷ ଶୂନ୍ୟ ହୋଇଯାଇଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.