ଚଣ୍ଡିଗଡ଼, ୨୪।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସରେ ନିଜ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାର ବୁଧବାର ପୁରସ୍କାର ଘୋଷଣା କରିଛନ୍ତି। କୌଣସି ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ ଜିତିଲେ ତାଙ୍କୁ ୬ କୋଟି ଟଙ୍କା ମିଳିବ। ସେହିପରି ରୌପ୍ୟ ବିଜେତାଙ୍କୁ ୪ କୋଟି ଏବଂ ବ୍ରୋଞ୍ଜ ପଦକ ଜିତିଲେ ୨.୫୦ କୋଟି ଟଙ୍କା ମିଳିବ ବୋଲି ଅନ୍ତର୍ଜାତୀୟ ଅଲିମ୍ପିକ୍ ଦିବସରେ ଅଲିମ୍ପିକ୍ ମେଡାଲିଷ୍ଟଙ୍କ ସହ ଆଲୋଚନା ସମୟରେ ରାଜ୍ୟ କ୍ରୀଡ଼ାମନ୍ତ୍ରୀ ସନ୍ଦୀପ ସିଂ ପ୍ରକାଶ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଉପସ୍ଥିତ ଥିଲେ। ଆସନ୍ତା ଟୋକିଓ ଅଲିମ୍ପିକ୍ସରେ ୩୦ ଖେଳାଳି ଅଂଶଗ୍ରହଣ କରିବେ। ସମସ୍ତଙ୍କୁ ପ୍ରସ୍ତୁତି ପାଇଁ ୫ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯାଇଛି ବୋଲି କ୍ରୀଡ଼ାମନ୍ତ୍ରୀ କହିଛନ୍ତି। ଅନ୍ତର୍ଜାତୀୟ ଇଭେଣ୍ଟରେ ପଦକ ବିଜେତାଙ୍କୁ ସରକାରୀ ଚାକିରି ଦିଆଯିବ, ଫଳରେ ଯୁବକମାନେ ଖେଳ ପ୍ରତି ଆଗ୍ରହୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଏକ ସରକାରୀ ବିବୃତି ମାଧ୍ୟମରେ ପ୍ରକାଶ କରିଛନ୍ତି। କ୍ରୀଡ଼ା ବିଭାଗରେ ସରକାରୀ ଚାକିରି ସହ ଅନ୍ତର୍ଜାତୀୟ ପଦକ ବିଜେତାଙ୍କୁ ଡେପୁଟେଶନଭିତ୍ତିରେ ଶିକ୍ଷା ଏବଂ ଅନ୍ୟ ବିଭାଗରେ ମଧ୍ୟ ନିଯୁକ୍ତି ଦିଆଯିବ ବୋଲି ଖଟ୍ଟର କହିଛନ୍ତି। ଖେଳକୁ ପ୍ରୋତ୍ସାହନ ପାଇଁ ସରକାର ଏକ ପଲିସି ଆଣୁଥିବା ସେ ସୂଚନା ଦେଇଛନ୍ତି। ଏହି ପଲିସି ଅନୁସାରେ ପଦକ ବିଜେତା କ୍ରୀଡ଼ାବିତ୍ଙ୍କ ପାଇଁ ସରକାରୀ ଚାକିରି କ୍ଷେତ୍ରରେ ୩ ପ୍ରତିଶତ ସ୍ଥାନ ସଂରକ୍ଷିତ ରହିବ ବୋଲି ସେ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.