ଆରଡ଼ି,୧୩।୬(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓଳଗ ପଞ୍ଚାୟତର ବୋଡକ ଗାଁରେ ୩ ଭାଇଙ୍କର ୪ ବଖରା ଘର ଶନିବାର ବିଳମ୍ବିତ ରାତିରେ ସଂପୂର୍ଣ୍ଣ ଜଳିଯାଇଛି ।
ସୂଚନାନୁସାରେ, କିଶୋର ମାଝି, ସର୍ବେଶ୍ବର ମାଝି ଓ ବିଶ୍ବମ୍ବର ମାଝିଙ୍କ ପରିବାର ଲୋକେ ଶୋଇଥିବା ବେଳେ ଘରେ ନିଆଁ ଲାଗିଯାଇଥିଲା । ପଡ଼ୋଶୀ ଡାକିବାରୁ ସମସ୍ତେ ଘରୁ ବାହାରକୁ ଆସିଥିଲେ। ପରେ ଧାମନଗର ଅଗ୍ନିଶମ କାର୍ଯ୍ୟାଳୟ ସହ ଯୋଗାଯୋଗ କରାଯାଇଥିଲେ ବି ଦମକଳବାହିନୀ ପହଞ୍ଚି ପାରି ନ ଥିଲେ। ଗ୍ରାମବାସୀଙ୍କ ସହଯୋଗରେ ନିଆଁକୁ ଆୟତ୍ତ କରାଯାଇଥିଲା । ହେଲେ ଘରର ଧାନ, ଚାଉଳ, ଜମିଜମା ସଂକ୍ରାନ୍ତିୟ କାଗଜପତ୍ର ଓ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଯାଇଥିଲା । ବିଦ୍ୟୁତ ସର୍ଟଶର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ଘଟଣାସ୍ଥଳରେ ଓଳଗ ସରପଞ୍ଚଙ୍କ ପ୍ରତିନିଧି ପ୍ରଫୁଲ୍ଲ ସେଠୀ ପହଞ୍ଚି ଘରପୋଡି ସହାୟତା କରିଛନ୍ତ । ଆରଡ଼ି ରାଜସ୍ବ ନିରିକ୍ଷକ କାର୍ଯ୍ୟାଳୟ କର୍ମଚାରୀ ପହଞ୍ଚି ଘରପୋଡି ତଦନ୍ତ ରିପୋର୍ଟ ପ୍ରସ୍ତୁତି କରିଛନ୍ତି ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.