ବୌଦ୍ଧ,୯।୬(ଡି.ଏନ୍.ଏ.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ଅନ୍ତର୍ଗତ ଝାଡ଼ରାଜିଙ୍ଗ ନିକଟରେ ବୁଧବାର ସକାଳେ ଏକ ମର୍ମନ୍ତୁଦ କାର ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣଙ୍କ ଅବସ୍ଥା ଗୁରୁତର ହୋଇଛି।
ପ୍ରକାଶ ଯେ, ବ୍ରହ୍ମପୁର ରାଇପଡା ଅଞ୍ଚଳର ୪ ଜଣ ଓଡିି୧୬୦୯୧୦ ନମ୍ବର ବିଶିଷ୍ଟ ଏକ କାରରେ ଅସୁସ୍ଥ ବାପାଙ୍କୁ ଦେଖିବାକୁ ରାଉରକେଲା ଯାଉଥିବା ବେଳେ ଚାରିଛକ ନିକଟସ୍ଥ ଝାଡ଼ରାଜିଙ୍ଗ ଠାରେ କାରଟି ଭାରସାମ୍ୟ ହରାଇ ରାସ୍ତା କଡ଼ର ଏକ ଗଛରେ ପିଟି ହୋଇଥିଲା ଏଥିରେ ଘଟଣାସ୍ଥଳରେ ଜଣେ ମହିଳା ଓ ପୁରୁଷଙ୍କ ମୃତ୍ୟୁ ଘଟିଛି। ରୀନା କମ୍ପା (୩୦) ଓ ଭଗବାନ କମ୍ପା (୩୫) ସ୍ବାମୀ ସ୍ତ୍ରୀ ଦୁଇଜଣ ଗୁରୁତର ଅବସ୍ଥାରେ ପ୍ରଥମେ ପୁରୁଣାକଟକ ଓ ପରେ ବୌଦ୍ଧ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଅନ୍ୟପଟେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ପୁରୁଣାକଟକ ପୋଲିସ ଘଟଣାର ତଦନ୍ତ କରୁଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.