ଭୁବନେଶ୍ୱର, ୨୩।୬(ବ୍ୟୁରୋ):ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍ଆର୍ସି) ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ପରାମର୍ଶ ଦେବା ସହ ସ୍ଥିତି ନିରୀକ୍ଷଣ କରି ପଦକ୍ଷେପ ନେବା ପାଇଁ କହିଛନ୍ତି।
ବୁଧବାର ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼ରେ ପ୍ରବଳ ବର୍ଷା ହେବ। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଜିଲାରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ। ଏଥିପାଇଁ ଏହି ସମସ୍ତ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ୨୪ରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୋଳ ଓ ଦେବଗଡ଼ରେ ପ୍ରବଳ ବର୍ଷା ସହିତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱରରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୫ରେ କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ ଯାଜପୁର ଏବଂ ୨୬ରେ ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଦୁଇଦିନ ମଧ୍ୟ ପ୍ରବଳ ବର୍ଷା ନେଇ ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଭୁବନେଶ୍ୱରରେ ସର୍ବାଧିକ ୪୧.୧ମି.ମି. ପାରାଦୀପରେ ୩୧, କେନ୍ଦୁଝରରେ ୨୭, ବାଲେଶ୍ୱରରେ ୨୧, ନୟାଗଡ଼ରେ ୨୦.୧, ପୁରୀରେ ୧୯, କଟକରେ ୧୨ମି.ମି. ବର୍ଷା ହୋଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.