ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶାକୁ ପ୍ରବେଶ କରିଛି। ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ, ଜିଲାକୁ ମୌସୁମୀ ସମ୍ପୂର୍ଣ୍ଣ ଏବଂ ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ ଜିଲାର କେତେକ ଅଞ୍ଚଳକୁ ଛୁଇଁଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପାଗ ଅନୁକୂଳ ଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୌସୁମୀ ସମଗ୍ର ରାଜ୍ୟକୁ ଘେରିଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ଏଥିସହିତ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଏଥିଯୋଗୁ ମୌସୁମୀ ଅଧିକ ସକ୍ରିୟ ହେବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଶୁକ୍ରବାରଠାରୁ ଆସନ୍ତା ୧୪ ତାରିଖ ଯାଏ ରାଜ୍ୟର ଅଧିକାଂଶ ଭାଗରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଚେତାବନୀ ଦେଇଛି। ଏହାକୁ ଦୃଷ୍ଟିରେ ରଖି ୧୧ ତାରିଖରୁ ୧୪ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନକୁ ଭିତ୍ତିକରି ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସମସ୍ତ ଜିଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ମହିଳାଙ୍କୁ ଗଣବଳାତ୍କାର
କେନ୍ଦୁଝର, ୭ା୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଗାଡ଼ିରେ ଉଠାଇ ନେଇ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି...
ଆଜି ଆଉ ୪୩ ଜୀବନ ନେଲା କରୋନା, ୩୬୦୦ ଟପିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୨୧ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ଗୋଟିଏ କୋଠରିରେ ୧୫୦ କର୍ମଚାରୀ
ପାଲଲହଡା,୨୫ା୬(ଡି.ଏନ.ଏ.) ଅନୁଗୋଳରେ କାବୁକୁ ଆସିନି କରୋନା ସଂକ୍ରମଣ। ସେଥିପାଇଁ ଏହି ଜିଲାକୁ ରାଜ୍ୟ ସରକାର କାଟାଗୋରି-ବି’ରେ ରଖିଛନ୍ତି। ଅର୍ଥାତ୍ ପୂର୍ବପରି ଲଗାଯାଇଥିବା କଡ଼ା କଟକଣା ଏଠାରେ...
ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ
ଭୁବନେଶ୍ୱର,୨୩ା୬(ବ୍ୟୁରୋ): ୨୦୨୨ ମାର୍ଚ୍ଚ ୧୦ରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ...
ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୫।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା।...
‘ବିଜୁ ଏକ୍ସପ୍ରେସ୍ ଓ୍ବେ’କୁ ୪୪୮ କୋଟି
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଶିଳ୍ପ ଅଭିବୃଦ୍ଧି ସହ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ବିଜୁ ଏକ୍ସପ୍ରେସ ଓ୍ବେ ନିର୍ମାଣ କରୁଛନ୍ତି।...
ସାଧାରଣ ବଚ୍ସାରୁ ହତ୍ୟା
ଝାରସୁଗୁଡା ଅଫିସ୍,୨୬।୬: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଲହଣ୍ଡାବୁଡ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ଫୁଟବଲ ପଡିଆରେ ସାଧାରଣ କଥାକୁ ନେଇ...
ଓଡ଼ିଶାରେ ନକଲି ଔଷଧ କାରବାର ପୁରୁଣା
ଭୁବନେଶ୍ୱର,୧୫।୬(ବ୍ୟୁରୋ): କୋଭିଡ୍-୧୯ ସଂକ୍ରମଣକୁ ନେଇ ଜୀବନ ଜୀବିକା ସହ ଲଢ଼େଇ ଚାଲିଥିବା ବେଳେ ନକଲି ଔଷଧ କାରବାର ରାଜ୍ୟର ଜନସାଧାରଣଙ୍କୁ ବିପଦ ମୁହଁକୁ ଠେଲି ଦେଇଛି।...


