କୋଭିଡ ମୃତ୍ୟୁସଂଖ୍ୟାକୁ ନେଇ ଅସନ୍ତୁଷ୍ଟ ହାଇକୋର୍ଟ

ପାଟନା,୧୨।୬: ବିହାରରେ କରୋନାଜନିତ ହୋଇଥିବା ମୃତ୍ୟୁସଂଖ୍ୟାକୁ ନେଇ ପାଟନା ହାଇକୋର୍ଟ କଡ଼ା ଟିପ୍ପଣୀ ଦେଇଛନ୍ତି। ସରକାର ଦେଇଥିବା ମୃତ୍ୟୁସଂଖ୍ୟା ତଥ୍ୟ ଉପରେ କୋର୍ଟ ଅସନ୍ତୁଷ୍ଟ। ଏହି ଘଟଣା ଉପରେ ଲଗାତର ନଜର ରଖାଯାଇଛି ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଏହି ମାମଲାର ଶୁଣାଣି କରିବା ସମୟରେ ହାଇକୋର୍ଟ କହିଛନ୍ତି, ଯଦି ଏହି ଘଟଣାରେ କୋର୍ଟ ହସ୍ତକ୍ଷେପ କରି ନ ଥାନ୍ତେ ତେବେ ରାଜ୍ୟର ସରକାରୀ ତାଲିକାରେ କରୋନାଜନିତ ହୋଇଥିବା ଏହି ମୃତ୍ୟୁ ବ୍ୟକ୍ତିଙ୍କର ନାମ ବି ରହି ନ ଥାନ୍ତା। ବୋଧହୁଏ ସରକାର ଏନେଇ କୌଣସି ଟେର ମଧ୍ୟ ପାଇ ନ ଥାନ୍ତେ। ବର୍ତ୍ତମାନ ସରକାର ଦେଇଥିବା ତଥ୍ୟ ମଧ୍ୟ ସଠିକ୍‌ ନୁହେଁ। ଅନ୍ୟପଟେ ସରକାରୀ ଓକିଲ ଏହି ଘଟଣାକୁ ସ୍ବୀକାର କରିବା ସହ ଦୋଷୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। ଯଦି କୋର୍ଟଙ୍କ କୌଣସି ନିର୍ଦ୍ଦେଶ ନ ଥାନ୍ତା ତେବେ ଏହି ଘଟଣା କେବେ ଲୋକଲୋଚନକୁ ଆସିପାରିନଥାନ୍ତା ବୋଲି କୋର୍ଟ କହିଛନ୍ତି। ଅନ୍ୟପଟେ ଏହି ମାମଲାର ଶୁଣାଣି ଶନିବାର ମଧ୍ୟ ହେବ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.