ଭୁବନେଶ୍ୱର/ ପୁରୁଣା ଭୁବନେଶ୍ୱର, ୩।୬(ବ୍ୟୁରୋ/ (ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବୁଧବାର ଏକାମ୍ର ନିର୍ବାଚନମଣ୍ଡଳୀର ଗଙ୍ଗନଗର କମ୍ୟୁନିଟି ସେଣ୍ଟରରେ ଘରେ ଘରେ ମାସ୍କ ବଣ୍ଟନ କାର୍ଯ୍ୟକ୍ରମକୁ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଦ୍ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ଅନୁଦାନରେ କରାଯାଉଛି। ଏକାମ୍ର ନିର୍ବାଚନମଣ୍ଡଳୀର ତେଜସ୍ବିନୀ ମିଶନ ଶକ୍ତି ମହାସଂଘ ସହଯୋଗରେ ବିଭିନ୍ନ ସ୍ବୟଂସହାୟକ ଗୋଷ୍ଠୀର ମହିଳାମାନଙ୍କ ଦ୍ୱାରା ପ୍ରସ୍ତୁତ କପଡ଼ା ମାସ୍କ ପ୍ରତ୍ୟେକ ଘରେ ନିଃଶୁଳ୍କ ବଣ୍ଟନ କରାଯିବ। ଏହା ଦ୍ୱାରା ମହିଳାମାନେ ମାସ୍କ ତିଆରି କରି ଆର୍ଥିକ ସ୍ବାବଲମ୍ବୀ ହେବେ। ଏଥିସହିତ ମନ୍ତ୍ରୀ ପଣ୍ଡା ପ୍ରତ୍ୟେକ ୱାର୍ଡର କୋଭିଡ୍ ଯୋଦ୍ଧାମାନଙ୍କୁ ପିପିଇ କିଟ୍ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ମିଶନ ଶକ୍ତି ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ର, ତେଜସ୍ବିନୀ ସଭାପତି ମହାମାୟା ସ୍ବାଇଁ, ସମ୍ପାଦିକା ସଂଯୁକ୍ତା ଭୂତିଆ, ଭୁବନେଶ୍ୱର ବିଡିଓ ରମେଶ ଚନ୍ଦ୍ର ସେଠୀ, ବିଏମ୍ସି ଜେଡିସି ଅଂଶୁମାନ ରଥ, ରବିନାରାୟଣ ଜେଠି, ସିଡିପିଓ ସାରାଣୀ ଦେବୀ, ପୂର୍ବତନ କର୍ପୋରେଟର ଶ୍ରୀଧର ବେହେରା, ସୁଜି ସ୍ବାଇଁ, ରୁନୁ ଜେନା, ତେଜସ୍ବିନୀର ସମସ୍ତ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।
Posted inକରୋନା ଭାଇରସ୍, ମେଟ୍ରୋ View All
ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୪୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ଆଗକୁ ବିପଦ କୋଭିଡ୍ ଆବର୍ଜନା
ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ),୧୪ା୬: ମହାମାରୀ କରୋନାର ଦ୍ୱିତୀୟ ଲହର କ୍ରମଶଃ ଦୁର୍ବଳ ହେବାରେ ଲାଗିଥିବାବେଳେ କୋଭିଡ୍ ରୋଗୀଙ୍କ ଚିକିତ୍ସାରୁ ବାହାରୁଥିବା ବ୍ୟବହୃତ ଡାକ୍ତରୀ ଉପକରଣର ଗଦା ଗଦା ଆବର୍ଜନା...
ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...
କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା...
ସୁରକ୍ଷା କର୍ମୀଙ୍କୁ ହତ୍ୟା ଅଭିଯୋଗ
ଭୁବନେଶ୍ୱର,୨ା୬(ବ୍ୟୁରୋ):ବଡ଼ଗଡ଼ ଥାନା ଅନ୍ତର୍ଗତ କଳ୍ପନା ଛକସ୍ଥିତ ଭଞ୍ଜକଳା ମଣ୍ଡପ ନିକଟ ୟୋଗିକ୍ ଜିମ୍ ସେଣ୍ଟର ପରିସରରୁ ମଙ୍ଗଳବାର ଜଣେ ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ...
ଗପୁଗପୁ ଅନ୍ୟମନସ୍କରେ ୫ ମିନିଟ୍ରେ ଯୁବକଙ୍କୁ ୨ ଡୋଜ୍ ଟିକା ଦେଲେ ନର୍ସିଂ ଷ୍ଟାଫ୍…
ଲଳିତପୁର,୧୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଡୋଜ୍...
ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍ ବିଜୟ ସାହୁ: ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩।୬(ବ୍ୟୁରୋ): ପରଲୋକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଚେୟାରମ୍ୟାନ୍ ବିଜୟ ସାହୁ। ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ...
ପରଲୋକରେ ଭିଜିଲାନ୍ସ ନିର୍ଦ୍ଦେଶକ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ବରିଷ୍ଠ ଆଇପିଏସ୍ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ ଘଟିଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...


