Categories: Rasifala

ରାଶିଫଳ: ମଙ୍ଗଳବାର, ଜୁନ୍‌ ୨୨ ତାରିଖ – Daily Horoscope

ମେଷ
ଆଜି ପାରିବାରିକ ସଦ୍‌ଭାବ ଓ ସମ୍ପର୍କୀୟଙ୍କ ସ୍ନେହ, ଶ୍ରଦ୍ଧା ଓ ଆଦର ପାଇ ଖୁସି ହେବେ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଏବଂ ପରିବହନରେ ମଧ୍ୟ ଉନ୍ନତି କରିବେ। କଠିନ ପରିଶ୍ରମ ଓ ଅନିଦ୍ରାଜନିତ ଶାରୀରିକ କ୍ଳାନ୍ତି ଅନୁଭବ କରିପାରନ୍ତି ।
ବୃଷ
ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ଘରୋଇ ଝମେଲା କାରଣରୁ ମନ ଭଲ ରହିବ ନାହିଁ। ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା ଓ ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କ ପ୍ରତି ସ୍ନେହ ଶ୍ରଦ୍ଧାନୁରାଗୀ ହୋଇପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ନ ରହିଲେ ଅଦଳବଦଳ ହୋଇଯାଇପାରେ।
ମିଥୁନ
ଆଜି ସାମୟିକ ଅସୁବିଧା ମଧ୍ୟରେ ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇଯିବ। ବହୁତ ଦିନରୁ ଲାଗି ରହିଥିବା ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଦ୍ୱନ୍ଦ୍ୱରେ ପଡି ବନ୍ଧୁମାନଙ୍କର କଥାକୁ ଠିକ୍‌ ଭାବେ ବୁଝିପାରିବେ ନାହିଁ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ।
କର୍କଟ
ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ ନେଇ କାମ ହାସଲ କରିବେ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ସେମିତି କିଛି ହେବନି। ବ୍ୟବସାୟ ଓ ବାଣିଜ୍ୟ ଏବଂ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହେଲେ ମଧ୍ୟ କାମ ସ୍ଥଗିତ ରହିବ ନାହିଁ। ପରିବାର ବିଷୟରେ ଚିନ୍ତା ମନକୁ ବ୍ୟାକୁଳିତ କରିପାରେ।
ସି˚ହ
ନିଜର ବିଚାରଧାରା ଅନୁଯାୟୀ କାର୍ଯ୍ୟ ସମ୍ପନ୍ନ ସଙ୍ଗକୁ ଅର୍ଥ ଓ ଦ୍ରବ୍ୟ ଲାଭ ହେବ। ପାରିବାରିକ ପରିସ୍ଥିତି ବିଶେଷ ଭଲ ନହେଲେ ମଧ୍ୟ ମନ୍ଦ ହେବନି। ଦେହ ଭଲ ରହିଲେ ମଧ୍ୟ କଠିନ ପରିଶ୍ରମ କିମ୍ବା ଭ୍ରମଣଜନିତ କ୍ଳାନ୍ତିବୋଧ କରିବେ। କ୍ରୀଡ଼ା , ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ବନ୍ଧୁ୍‌ ଗହଣରେ ସତ୍‌ସଙ୍ଗ, ଧାର୍ମିକ ବାତାବରଣ, ସାଂଗଠନିକ କାର୍ଯ୍ୟ କିମ୍ବା ସାମୂହିକ କାମରେ ତପତ୍ରତା ପ୍ରକାଶ କରିବେ। ଖଳ ଲୋକଙ୍କ କଥାରେ ପଡି ହଇରାଣ ହେବେ। ଜଣେ ସହକର୍ମୀଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ମାଲି ମକଦ୍ଦମା, ତର୍କ ବିତର୍କ, ସଭା ସମିତି, ସଂଗଠନ, ନିର୍ମାଣ ଓ ପରିବହନ, କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ସହକର୍ମୀ ଅନାବଶ୍ୟକ ବିଭିନ୍ନ କଥା କହିବା କାରଣରୁ ବିବାଦ ବଢ଼ିପାରେ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ ଆଶାନୁରୂପ ସଫଳତା ପାଇବେ। ଆଜିର ଯାତ୍ରା ସମୟରେ ସତର୍କତା ଅଭାବରୁ ଧନହାନିର ଆଶଙ୍କା ରହିଛି। ସ୍ବାତୀ ନକ୍ଷତ୍ର ସକାଶେ ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ।
ବିଛା
ପ୍ରତ୍ୟେକ କ୍ଷେତ୍ରରେ ନକାରାମତ୍କ ଚିନ୍ତାଧାରା ଅଶାନ୍ତିର କାରଣ ପାଲଟିଯିବ। କ୍ରୋଧର ବଶବର୍ତ୍ତୀ ହୋଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଦ୍ରବ୍ୟ ନଷ୍ଟ କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି । ସାହିତ୍ୟ, ସାମ୍ବାଦିକତା, ରାଜନୀତି, ସଂଗଠନ ଓ କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ବନ୍ଧୁଙ୍କ ସମ୍ମୁଖରେ ପ୍ରିୟ କଥା କହି ଭୁଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ। ପାଖ ପଡ଼ୋଶୀଙ୍କ ସହାୟତାରେ ସାୟାହ୍ନେ ଅର୍ଥ ଓ ସମ୍ମାନ ଲାଭ ହୋଇପାରେ। ଘଟିଯାଇଥିବା ସମସ୍ୟାକୁ ଈର୍ଷାପରାୟଣ ବ୍ୟକ୍ତିମାନେ ବଢାଇ ଦେଇପାରନ୍ତି। ବାକି ରହିଥିବା ଟଙ୍କା ପାଇବାରେ ଅସୁବିଧା ହେବ ନାହିଁ।
ମକର
ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତାରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରିବା ଭଲ ହେବ। ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି। ରପ୍ତାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
ଦୀର୍ଘ ଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ଅତି ସୁବିଧାରେ ପାଇଯିବେ। ହଠାତ୍‌ ଜଣେ ବନ୍ଧୁ ପାରିବାରିକ ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ନିର୍ମାଣ କାର୍ଯ୍ୟ କିମ୍ବା ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନ
ଜମିଜମା କିମ୍ବା ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି କରିବ। ଅଟକି ରହିଥିବା କାମ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହେବ। ଆକସ୍ମିକ ଅନାବଶ୍ୟକ ଖର୍ଚ୍ଚ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ, ସଙ୍ଗୀତ ଓ ଚଳଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।
webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.