Categories: Rasifala

ରାଶିଫଳ: ବୁଧବାର, ଜୁନ୍‌ ୨୩ ତାରିଖ – Daily Horoscope

ମେଷ
ଆଜି ବୈଷୟିକ ସୁଖ,ସମୃଦ୍ଧି ସମ୍ବନ୍ଧୀୟ କାର୍ଯ୍ୟ ପ୍ରତି ଅନୁରକ୍ତି କରାଇବ। ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ, ବନ୍ଧୁବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ। ସବୁକଥାକୁ ଭଲରୂପେ ବିଚାର କରି କାମ କରନ୍ତୁ, ନତୁବା ବିଭିନ୍ନ ଦିଗରୁ ସମସ୍ୟା ମାଡ଼ି ଆସିପାରେ। କାର୍ଯ୍ୟବ୍ୟସ୍ତତା କାରଣରୁ ଶାରୀରିକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।
ବୃଷ
ଆଗାମୀ ଆନୁଷ୍ଠାନିକ କାମ ସକାଶେ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ଏକ ନିର୍ଦ୍ଦିଷ୍ଟ କାମରେ ଯାଇଥିବା ବନ୍ଧୁଙ୍କ ଫେରିବା ବାଟକୁ ଚାହିଁ ଚାହିଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଶିଳ୍ପ, ବ୍ୟବସାୟ, ପରିବହନ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଭଲ ସମ୍ପର୍କ ରଖି ନ ଥିବା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।
ମିଥୁନ
ପରିସ୍ଥିତିବଶତଃ ଯେତିକି ପାଇବେ ତାହାର ଦୁଇଗୁଣା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ହଠାତ୍‌ ଦୂରକୁ ଯିବାକୁ ପଡ଼ିପାରେ। କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। ସଙ୍କୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରି ପାରନ୍ତି।
କର୍କଟ
ମନ ଚାହୁଁ ନ ଥିବା କେତେକ ପରିସ୍ଥିତିର ସମ୍ମୁଖୀନ ହେବା କାରଣରୁ ଧୈର୍ଯ୍ୟଚ୍ୟୁତି ସଙ୍ଗକୁ ମାନସିକ ଅସ୍ଥିରତା ସୃଷ୍ଟି ହେବ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ନିଜ ପରିସରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରେ କିଛି ସମସ୍ୟା ଦେଖାଦେବ।
ସି˚ହ
କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡ଼ିପାରେ। ଆଗାମୀ ସମୟର ଆବଶ୍ୟକତା ପୂରଣ ସକାଶେ ଅର୍ଥ ଯୋଗାଡ଼ କରିବା ପାଇଁ ବିଭିନ୍ନ ଫନ୍ଦି ଫିକର କରିପାରନ୍ତି। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। କେତେକ ସମସ୍ୟା ସୁଧାରିବା ସକାଶେ ନିଜକୁ କିଛି କରିବାକୁ ପଡ଼ିବ।
କନ୍ୟା
ସନ୍ଦେହାତ୍ମକ ବାତାବରଣ ମଧ୍ୟରେ ଅଣନିଃଶ୍ୱାସୀ ହେବାକୁ ପଡ଼ିପାରେ। ଅପୂରଣୀୟ ଆଶା ଓ ସନ୍ତାନ ମାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ପାରିବାରିକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ବକେୟା ଅର୍ଥ ଆଦାୟ କରିବାରେ ଆଜି ହିଁ ସକ୍ଷମ ହେବେ ।
ତୁଳା
ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ। ମୂଲ୍ୟବାନ ଜିନିଷ ଖରିଦ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଘରେ ଯେତେ ଭଲକାମ କଲେ ସୁଦ୍ଧା ଆଦର ପାଇପାରିବେ ନାହିଁ ।
ବିଛା
ପରିବାରରେ ଭୁଲ୍‌ ବୁଝାମଣା ଓ ନିଜର କେତେକ ବ୍ୟତିକ୍ରମକୁ ସଜାଡ଼ିବାକୁ ଯାଇ ଅସ୍ଥିରତା ଲାଗି ରହିବ। ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ବ୍ୟୟରୁ ବିଚଳିତ ହେବେ। ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କଥା କହି ନ ପାରେ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମରେ ସମାଲୋଚିତ ହେବେ।
ଧନୁ
କୌଣସି ଅସୁବିଧା ନ ଥିଲେ ମଧ୍ୟ ଯଥା ସମୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ନ ହୋଇପାରେ। ବିବାଦୀୟ ପରିସ୍ଥିତି କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବାଧ୍ୟ ବାଧକତାରେ ନାହିଁ କରି ନ ପାରି ଦୂରଯାତ୍ରା କରିବାକୁ ପଡ଼ିପାରେ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭା ସମିତିରୁ ମନ ଖୁସି ରହିବ।
ମକର
ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହେବ। କ୍ରୀଡ଼ା, ଚଳଚ୍ଚିତ୍ର, କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଉନ୍ନତି କରିବେ। ଟିକିଏ ଟିକିଏ କଥାରେ ରାଗିଯାଇ ସମସ୍ୟାରେ ପଡ଼ିପାରନ୍ତି। ଆମତ୍ୀୟମାନେ ଆମତ୍ୀୟତାର ସହ ସହଯୋଗ ପ୍ରଦାନ କରି ଆପଣଙ୍କର କାମକୁ ସୁଗମ କରିପାରନ୍ତି।
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍‌ ହୋଇଯିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ।
ମୀନ
ସମସ୍ୟାକୁ ପ୍ରତିହତ କରି ଆଗକୁ ବଢିବା ସକାଶେ ପଦକ୍ଷେପ ନେବେ। ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି। ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ।
webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.