Categories: Rasifala

ରାଶିଫଳ: ସୋମବାର, ଜୁନ୍‌ ୭ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ର ହେଉ କିମ୍ବା ପରିବାରରେ ହେଉ ଆପଣ ଆଜି ମନର ଅସନ୍ତୋଷକୁ କଠୋର ବାକ୍ୟରେ ପ୍ରକାଶ କରିବାକୁ ପଛାଇବେ ନାହିଁ। ସାମୟିକ ଭାବପ୍ରବଣତା କାରଣରୁ ଜମିଜମା, ସ୍ତ୍ରୀ/ସ୍ବାମୀଙ୍କ ସ୍ବାସ୍ଥ୍ୟ କିମ୍ବା ବ୍ୟବସାୟିକ କିଛି ବିଫଳତାକୁ ନେଇ ଚିନ୍ତିତ ରହିପାରନ୍ତି। ପାରିବାରିକ ସ୍ଥିତି, ପରିବହନ, ନିର୍ମାଣ, କାରିଗରି ବିଦ୍ୟା, ଯାନ୍ତ୍ରିକ ଜିନିଷର ବ୍ୟବସାୟ ପାଇଁ ଭଲ।
ବୃଷ
ଆଜିର କର୍ମକ୍ଷେତ୍ରରେ ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭୁଲ୍‌ ବୁଝିବେ । ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ। କୌଣସି ମୂଲ୍ୟବାନ୍‌ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି।
ମିଥୁନ
କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ମଧ୍ୟ ରହିପାରିବେ ନାହିଁ। ଆପଣଙ୍କର ଅଭାବନୀୟ ପରିସ୍ଥିତି କ୍ରମଶଃ ବଦଳିଯିବ ଓ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଅବଶ୍ୟ ପାଇବେ। ବ୍ୟବସାୟୀମାନେ ଓ ପରିବହନରେ କାମ ହାସଲ କରିବେ। ଉଚ୍ଚବର୍ଗର ଲୋକମାନଙ୍କ ସଂସ୍ପର୍ଶରେ ଆସି ଉପକୃତ ହୋଇ ପାରନ୍ତି।
କର୍କଟ
ଗତକାଲିର ଅସମ୍ପୂର୍ଣ୍ଣ କାମକୁ ଆଜି ସମ୍ପନ୍ନ କରିବେ। ବନ୍ଧୁମିଳନ ସାଙ୍ଗକୁ ଦୂରଯାତ୍ରା, ମାଙ୍ଗଳିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ସାମିଲ ହେବେ। ଜମଜିମା, ମାଲିମକଦ୍ଦମା, ନିର୍ମାଣ, ଯୋଗାଯୋଗ, ସାମ୍ବାଦିକତା, ଏଜେନ୍‌ଶିପ୍‌ରେ ପ୍ରତିଷ୍ଠାର୍ଜନ କରିବେ। ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ବୃଦ୍ଧି ପାଇବା କାରଣରୁ ଚିଡି ଚିଡି ହୋଇ ପାରନ୍ତି।
ସି˚ହ
କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସହ ଯୁକ୍ତିତର୍କ କରି ପରିବେଶକୁ ଗମ୍ଭୀର କରି ଦେଇପାରନ୍ତି। ବିଭିନ୍ନ ପ୍ରକାରର ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ।
କନ୍ୟା
ଆକସ୍ମିକ ଭାବରେ ଅଯାଚିତ ଭାବରେ ଜଣେ କୃଷ୍ଣ ବର୍ଣ୍ଣର ବ୍ୟକ୍ତି ଆପଣଙ୍କ କାମରେ ପ୍ରତିବନ୍ଧକ ସାଜିପାରନ୍ତି। ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ ଓ ଜମା ରାଶି ବୃଦ୍ଧି ପାଇବ। ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ଭଲ ସମ୍ପର୍କ ନ ଥିବା କାରଣରୁ ନିଜ ଲୋକେ ବିଶ୍ୱାସଘାତକତା କରିପାରନ୍ତି।
ତୁଳା
ହଠାତ୍‌ ସନ୍ତାନଙ୍କ ସ୍ବାସ୍ଥ୍ୟହାନି ସାମୟିକ ଚିନ୍ତାର କାରଣ ହୋଇପାରେ। ମାଙ୍ଗଳିକ କାମରେ କୌଣସି ସମସ୍ୟା ସୃଷ୍ଟିର ସମ୍ଭାବନା ରହିଛି। ଅବଶ୍ୟ ପରିସ୍ଥିତି ପ୍ରତି ସତର୍କ ରହି କାମ କରନ୍ତୁ, ଅନ୍ୟଥା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆଜିର ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତୁବା ଜିନିପତ୍ର ଅଦଳ ବଦଳ ହୋଇଯାଇପାରେ।
ବିଛା
କୌଣସି ବନ୍ଧୁଙ୍କ ଅସୌଜନ୍ୟ ବାକ୍ୟ ମନକୁ ମାନ୍ଦା କରି ଦେଇପାରେ। କର୍ମକ୍ଷେତ୍ରରେ ଉତ୍ସାହିତ ହେବେ ଓ ସାଫଲ୍ୟତା ହାସଲ କରିବେ। ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ, ଫଳରେ ମତାନ୍ତର ଘଟିବାର ଆଶଙ୍କା ଦେଖାଦେବ। ସାମ୍ବାଦିକତା, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
କୌଣସି କଥାରେ ଅନ୍ୟମାନଙ୍କୁ ପୂର୍ଣ୍ଣ ବିଶ୍ୱାସ କରି କାମ କରିବା ଠିକ୍‌ ହେବ ନାହିଁ। ନିଜ ଲୋକମାନେ ଈର୍ଷାପରାୟଣତା କାରଣରୁ ଦାଉ ସାଧିପାରନ୍ତି। ଅଧିକାଂଶ ସମୟରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ପାଖ, ପଡ଼ୋଶୀମାନେ ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାରେ ମଧ୍ୟ କଳହ କରିବେ ।
ମକର
ପରିବାରର ସହଯୋଗ ଓ ସମର୍ଥନ ଆଜିର କାମରେ ଆପଣଙ୍କୁ ବହୁତ ସାହାଯ୍ୟ କରିବ। ବନ୍ଧୁମାନଙ୍କ ଗହଣରେ ନିଜ ନିଜର ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ରହିବ ନାହିଁ। କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇଁ ମନୋବଳ ବୃଦ୍ଧି ପାଇବ। ପ୍ରିୟବନ୍ଧୁଟିକୁ ଅପେକ୍ଷା କରି ବିରକ୍ତ ହେବେ ଏବଂ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।
କୁମ୍ଭ
କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥା ଅସାଧାରଣ ପରିସ୍ଥିତି ସୃଷ୍ଟି କରିବ। ଛୋଟ ଛୋଟ କଥାକୁ କେନ୍ଦ୍ରକରି ବିଭିନ୍ନ ପ୍ରକାରର ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି। ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି।
ମୀନ
ଆନୁଷ୍ଠାନିକ କାର୍ଯ୍ୟ ସମ୍ପାଦନରେ ସମ୍ପର୍କୀୟଙ୍କ ସହଯୋଗ ମିଳିବ। ଅସାବଧାନତା କିମ୍ବା ଅନ୍ୟମନସ୍କ କାରଣରୁ କୌଣସି ମୂଲ୍ୟବାନ୍‌ ଜିନିଷ ଠିକ୍‌ ସମୟରେ ନ ପାଇ ବ୍ୟତିବ୍ୟସ୍ତ ହୋଇପାରନ୍ତି। ସଙ୍ଗଠନ କିମ୍ବା ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁଁ ଆଗେଇଯିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.