Categories: Rasifala

ରାଶିଫଳ: ବୁଧବାର, ଜୁନ୍‌ ୯ ତାରିଖ – Daily Horoscope

ମେଷ
ଆଜିର ଏକାଦଶସ୍ଥ ବୃହସ୍ପତିଙ୍କ ଯୋଗୁ କୌଣସି କାମ ଅଟକି ରହିବ ନାହିଁ। ବନ୍ଧୁ ଗହଣରେ ଆନୁଷ୍ଠାନିକ କାମ ସକାଶେ ତପତ୍ରତା ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ମତାନ୍ତରଜନିତ ଅନର୍ଥ ସୃଷ୍ଟି ସମ୍ଭାବନା ରହିଛି। କର୍ମକ୍ଷେତ୍ର, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ।
ବୃଷ
ରାଶିରେ ଚତୁଃଗ୍ରହ ସନ୍ନିବେଶିତ ହେତୁ ରାଜଯୋଗ ପ୍ରଭାବରେ ମନ ଚାହୁଁଥିବା ପ୍ରକାରେ କାର୍ଯ୍ୟ ହାସଲ କରିବେ। ବନ୍ଧୁଙ୍କ ସମ୍ମୁଖରେ ପାରିବାରିକ କଥାକୁ ଲୁଚାଇ ରଖି ହସି ହସି କଥା କହିବେ। ସଭାସମିତି, ବାଣିଜ୍ୟ, ବ୍ୟବସାୟ, ପରିବହନ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ। ଇଚ୍ଛା ନ ଥାଇ ମଧ୍ୟ ଆକସ୍ମିକ ଯାତ୍ରା କରିବାକୁ ପଡ଼ିପାରେ।
ମିଥୁନ
ମୁଖଭାବସ୍ଥ ମଙ୍ଗଳ ପ୍ରଭାବରେ ଆପଣଙ୍କ କଠୋରକଥା ବନ୍ଧୁଙ୍କ ମନରେ କଷ୍ଟ ଦେଇପାରେ। ଘରୋଇ କଥା ମନରେ ବାରମ୍ବାର ଆଲୋଡନ ସୃଷ୍ଟି କରି ଚିନ୍ତାଧାରାକୁ ବିକ୍ଷିପ୍ତ କରିଦେବ। ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।
କର୍କଟ
ଶନି ଓ ମଙ୍ଗଳଙ୍କ ପରସ୍ପର ଦୃଷ୍ଟି ହେତୁ ପ୍ରତିବନ୍ଧକ ନ ରହିଲେ ମଧ୍ୟ କାର୍ଯ୍ୟ ପ୍ରୀତିପ୍ରଦ ରହିବ ନାହିଁ। ନିକଟରେ ରହୁଥିବା ବନ୍ଧୁଙ୍କ ସାହାଯ୍ୟ ଓ ସମର୍ଥନ ସାମୟିକ ଦୁଃଖକୁ ଭୁଲିବାରେ ସାହାଯ୍ୟ କରିବ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସାହିତ୍ୟ, ଗବେଷଣା ତଥା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ସି˚ହ
କର୍ମଭାବରେ ଏକାଧିକ ଗ୍ରହ ଯୋଗୁ ଆବଶ୍ୟକୀୟ ଅର୍ଥ ଯୋଗାଡ଼ରେ ସମର୍ଥ ହେବେ। ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପାରିବାରିକ କଳହକୁ ନେଇ ମାନସିକ ଶାନ୍ତି ବ୍ୟାହତ ହେବ। ସାଙ୍ଗଠନିକ କାର୍ଯ୍ୟରେ କିମ୍ବା ଆନୁଷ୍ଠାନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ନିଜ ରାଶିରୁ ଶୁକ୍ର ଦୁଃସ୍ଥାନସ୍ଥ ଯୋଗୁ ଆଜି ଯାହା ପାଇବା କଥା ତାହା ସହଜ ଓ ସୁବିଧାରେ ପାଇବେ ନାହିଁ। ପ୍ଲଟିଂ କାରବାର, ଯାନ୍ତ୍ରିକ କିମ୍ବା ବିଦ୍ୟୁତ୍‌ ବ୍ୟବସାୟୀମାନେ ଉପକୃତ ହେବେ। ପିଲାଙ୍କ ଉଚ୍ଚ ଶିକ୍ଷା ସକାଶେ ପାରିବାରିକ ଆଲୋଚନାକୁ ପ୍ରାଧାନ୍ୟ ଦେଇ ପାରନ୍ତି। ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ସମସ୍ୟା ସମାଧାନ ହୋଇଯିବ।
ତୁଳା
ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ନୀଚସ୍ଥ ମଙ୍ଗଳଙ୍କ ଯୋଗୁ ଅଭାବ ନ ଥିଲେ ମଧ୍ୟ ନିଜର ପ୍ରିୟବ୍ୟକ୍ତିଙ୍କଠାରୁ ବହୁ ଦୂରେ ରହି ଚିନ୍ତିତ ରହିବେ। ନିକଟ ସମ୍ପର୍କୀୟମାନଙ୍କ ବେଖାତିର ମନୋଭାବ, ଯାହା କି କାହାକୁ କହିପାରିବେ ନାହିଁ। ସନ୍ତାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାକୁ ଏକ ପ୍ରକାର ଆମତ୍ସନ୍ତୋଷ ଲାଭ କରିପାରନ୍ତି।
ବିଛା
ମଙ୍ଗଳ ସହ ଶନିଙ୍କ ଦୃଷ୍ଟି ପ୍ରଭାବରେ ଭାଙ୍ଗିପଡିଥିବା ସମ୍ପର୍କକୁ ପୁଣି ଯୋଡିବାକୁ ଚେଷ୍ଟା କରି ଅସଫଳ ହୋଇ ପାରନ୍ତି। ପାଖ ଲୋକଙ୍କୁ ଅଯଥା ଦୋଷାରୋପ କରି ମାନସିକ ସ୍ଥିତିକୁ କଳୁଷିତ କରିପାରନ୍ତି। ଈର୍ଷାପରାୟଣମାନେ ଉପରେ ଭଲ କଥା କହି ପଛରେ ସମାଲୋଚନା କରିବେ। ଆବଶ୍ୟକତା ପୂରଣ ପାଇଁ ଧାର କରିବାକୁ ପଡିପାରେ।
ଧନୁ
ଅନାବଶ୍ୟକ କଥାଗୁଡିକୁ ମନରୁ ପରିହାର କରି ବାସ୍ତବତାକୁ ଗୁରୁତ୍ୱ ଦେଲେ ଭଲ। ସ୍ଥଗିତ କାମକୁ ନେଇ ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ। ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଉତ୍ତରାଷାଢା ନକ୍ଷତ୍ର ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ।
ମକର
ମଙ୍ଗଳଙ୍କ ଦୁର୍ବଳତା କାରଣରୁ ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ପ୍ରଶାସନିକ ସ୍ତରରେ କିମ୍ବା ପ୍ରକାଶନ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଆସିଲେ ହେଁ ବିଶେଷ ଅସୁବିଧା ହେବ ନାହିଁ। ପଡୋଶୀଙ୍କ ପ୍ରତିବାଦରୁ କାମ ଭଣ୍ଡୁର ହୋଇପାରେ।
କୁମ୍ଭ
ଉତ୍ତରଭାଦ୍ରବ ନକ୍ଷତ୍ର ସକାଶେ ସମସ୍ୟା ଲାଗି ରହିଥିଲେ ମଧ୍ୟ ପ୍ରିୟ କଥା କହି ସବୁ ସୁଧାରି ନେବେ। ବନ୍ଧୁମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି, ଯାହା ବିରକ୍ତିର କାରଣ ହେବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବେ। ପରିବାରରେ ସାଧାରଣ କଥାକୁ ବଡ ଆକାରରେ ଚିନ୍ତା କରି ବ୍ୟସ୍ତ ରହିବେ।
ମୀନ
କର୍ମସ୍ଥାନକୁ ଗ୍ରହଦୃଷ୍ଟି ପ୍ରଭାବରୁ ଅଫିସିଆଲି ଟେନସନ ବଢିଯିବ କିନ୍ତୁ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣାରୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟିର ଆଶଙ୍କା ପୂରା ମାତ୍ରାରେ ରହିଛି। ପରିବାରରେ ପିଲାଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ କରିବେ।
webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.