ଘରକୁ ଘର ବୁଲି ସଂଗ୍ରହ ହେଉଛି ଆବର୍ଜନା: ବ୍ୟାଟ୍ରିଚାଳିତ ଗାଡ଼ି ଧରି ବୁଲୁଛନ୍ତି ମହିଳା

ଛତ୍ରପୁର,୨୬।୬(ଡି.ଏନ୍‌.ଏ.): ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଉ ପାଦେ ଆଗେଇଛି ଗଞ୍ଜାମ ଜିଲା। ଗ୍ରାମାଞ୍ଚଳ ପରିମଳ ପରିଚାଳନାର ନେତୃତ୍ୱ ନେବା ଆରମ୍ଭ କରିଛନ୍ତି ମହିଳା। ଖଲ୍ଲିକୋଟ ବ୍ଲକରୁ ଆରମ୍ଭ ହୋଇଥିବା ଏହି ପକ୍ରିୟାରେ ମହିଳା ସୟଂ ସହାୟିକା ଗୋଷ୍ଠୀ ସହଯୋଗରେ ଆବର୍ଜନା ସଂଗ୍ରହ କରାଯାଇ ତାହାର ପ୍ରକ୍ରିୟାକରଣ ଜରିଆରେ ପ୍ରାକୃତିକ ‘ମୋ ଖତ’ ବାହାର କରାଯାଉଛି। ସହରାଞ୍ଚଳରେ ପୂର୍ବରୁ ୱାର୍ଡମାନଙ୍କରେ ସାହି ବସ୍ତି ବୁଲି ଭ୍ରାମ୍ୟମାଣ ଯାନ ଦାରା ଘରୁ ଅଳିଆ ଆବର୍ଜନା ସଂଗ୍ରହ କରଯାଉ ଥିଲା। ଏବେ ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମର ୯୩ ପଞ୍ଚାୟତରେ ଆରମ୍ଭ ହୋଇଥିବା ଅଭିଯାନରେ ବ୍ୟାଟେରୀ ଚାଳିତ ଗାଡ଼ିରେ ମହିଳା ସଦସ୍ୟାମାନେ ଘରକୁ ଘର ବୁଲି କଠିନ ଓ ତରଳ ଆବର୍ଜନା ସଂଗ୍ରହ କରୁଛନ୍ତି। ଅଣୁ ଜୈବିକ ଖତ ପ୍ରସ୍ତୁତ କେନ୍ଦ୍ରକୁ ତାହାକୁ ନିଆଯାଉଛି। ଜୈବିକ କେନ୍ଦ୍ରରେ ପ୍ରସ୍ତୁତ ସାର ଚାଷୀମାନେ ମହିଳା ଏସ୍‌ଏଚଜିଠାରୁ କିଲୋ ପିଛା ୨୦ ଟଙ୍କାରେ କିଣି ପାରିବେ। ଜିଲାର ଅନ୍ୟାନ୍ୟ ଗ୍ରାମାଞ୍ଚଳରେ ମଧ୍ୟ ଏହି ପଦ୍ଧତି ଧିରେ ଧିରେ ଗ୍ରହଣ କରାଯିବ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.