ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ ପରିବାର ଚଳାଇବା କଷ୍ଟକର ହୋଇପଡିଛି। ରାଉରକେଲାରେ ୧୧ ଶହରୁ ଊର୍ଦ୍ଧ୍ୱ ସେଲୁନ ଦୋକାନ ରହିଛି। ସୁନ୍ଦରଗଡ଼ରେ ଜିଲାରେ କରୋନା କଟକଣା କୋହଳ କରାଯାଇଥିଲେ ମଧ୍ୟ ସେଲୁନ ଖୋଲିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁମତି ଦିଆଯାଇନାହିଁ। ଏନେଇ ସରକାର ବାରିକ ଏବଂ ସେଲୁନ ଦୋକାନୀଙ୍କ ପ୍ରତି ଦୃଷ୍ଟି ଦେବାକୁ ରାଉରକେଲାର ନିଖିଳ ଉତ୍କଳ ବାରିକ ସମିତି ପକ୍ଷରୁ ରାଉରକେଲା ଏଡିଏମ୍ଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ, କରୋନାର ଦ୍ୱିତୀୟ ଲହର ରାଜ୍ୟରେ କାୟା ବିସ୍ତାର କରିଛି। ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ଜୁନ ୧୭ ପର୍ଯ୍ୟନ୍ତ ଲକ୍ଡାଉନ ଅବଧି ବଢାଇଛନ୍ତି। ତେବେ ସଂକ୍ରମଣ କମୁଥିବା ୩ଟି ଜିଲାରେ ଲକଡାଉନ କଟକଣାକୁ ସାମାନ୍ୟ କୋହଳ କରାଯାଇଛି। କଟକଣା କୋହଳ ହୋଇଥିବା ଜିଲାଗୁଡ଼ିକ ହେଲା ନୂଆପଡ଼ା, ଗଜପତି ଓ ସୁନ୍ଦରଗଡ଼। ଏହି ୩ଟି ଜିଲାରେ ସକାଳ ୭ଟାରୁ ପୂର୍ବହ୍ନ ୧ଟା ପର୍ଯ୍ୟନ୍ତ ଦୋକାନ ଖୋଲା ରହୁଛି। ହେଲେ ସେଲୁନ, ସ୍ପା ଓ ମଲ୍ ବନ୍ଦ ରହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.