ନୂଆଦିଲ୍ଲୀ, ୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ଟି୨୦ ବିଶ୍ୱକପ୍ ଆୟୋଜନ ସମ୍ପର୍କରେ ନିଷ୍ପତ୍ତି ନେବା ପାଇଁ ୨୮ ତାରିଖ ପର୍ଯ୍ୟନ୍ତ ସମୟ ଦେଇଛି ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ (ଆଇସିସି)। ମଙ୍ଗଳବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା ଆଇସିସି ବୋର୍ଡ ମିଟିଂ। ବିସିସିଆଇ ପକ୍ଷରୁ ସଭାପତି ସୌରଭ ଗାଙ୍ଗୁଲି ଓ ସାଧାରଣ ସମ୍ପାଦକ ଜୟ ଶାହ ପ୍ରତିନିଧିତ୍ୱ କରିଥିଲେ। ଟି୨୦ ବିଶ୍ୱକପ୍ ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ହେବାର ଅଛି।
ଦେଶର କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ରଖି ଟି୨୦ ବିଶ୍ୱକପ୍ ଆୟୋଜନ ସମ୍ପର୍କରେ ଅନ୍ତିମ ନିଷ୍ପତ୍ତି ପାଇଁ ଏକ ମାସ ସମୟ ମାଗିଥିଲା ବିସିସିଆଇ। ଏଥିରେ ଆଇସିସିର ବୋର୍ଡ ସଦସ୍ୟମାନେ ସର୍ବସମ୍ମତି କ୍ରମେ ରାଜି ହୋଇଥିଲେ। ଆସନ୍ତା ମାସରେ ହେବାକୁ ଥିବା ବୈଠକକୁ ସମ୍ପୂର୍ଣ୍ଣ ପ୍ଲାନ ସହ ବିସିସିଆଇ ଆସିବ ବୋଲି ସୂତ୍ରରୁ ଜଣାପଡ଼ିଛି। ଯଦି ଟି୨୦ ବିଶ୍ୱକପ୍ ଭାରତରେ ଆୟୋଜନ ହୋଇନପାରେ, ତେବେ ଏହି ଇଭେଣ୍ଟ ୟୁଏଇରେ ଅନୁଷ୍ଠିତ ହେବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.