ଦୁବାଇ, ୧୭।୬(ପି.ଟି.)- ବୁଧବାର ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍ ବ୍ୟାଟ୍ସମ୍ୟାନ ତାଲିକାର ନମ୍ବର ଓ୍ବାନ ସ୍ଥାନରୁ ନ୍ୟୁଜିଲାଣ୍ଡର କେନ୍ ଓ୍ବିଲିୟମସନଙ୍କୁ ହଟାଇଛନ୍ତି ଅଷ୍ଟ୍ରେଲିଆର ଷ୍ଟିଭେନ ସ୍ମିଥ। ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ୪ର୍ଥ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ସାଉଥାମ୍ପଟନଠାରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ରେ ଭାରତୀୟ ଦଳର ନେତୃତ୍ୱ ନେବାକୁ ଯାଉଥିବା କୋହଲିଙ୍କର ପଏଣ୍ଟ ସଂଖ୍ୟା ୮୧୪ ରହିଛି। ସ୍ମିଥ ୮୯୧ ପଏଣ୍ଟ ସହିତ ଶୀର୍ଷକୁ ଫେରିଥିବାବେଳେ ଓ୍ବିଲିୟମସନ ୮୮୬ ପଏଣ୍ଟରେ ରହି ଦ୍ୱିତୀୟକୁ ଖସିଛନ୍ତି। ଅନ୍ୟତମ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସେନ ୮୭୮ ପଏଣ୍ଟ ପାଇ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଟପ୍-୧୦ରେ ସ୍ଥାନ ପାଇଥିବା ଅନ୍ୟ ଦୁଇ ଭାରତୀୟ ଖେଳାଳି ହେଲେ ରୋହିତ ଶର୍ମା ଓ ରିଷଭ ପନ୍ତ। ଏ ଦୁହେଁ ୭୪୭ ପଏଣ୍ଟ ପାଇ ଯୁଗ୍ମଭାବେ ୬ଷ୍ଠ ସ୍ଥାନ ବଜାୟ ରଖିଛନ୍ତି।
ବୋଲିଂ ର଼୍ୟାଙ୍କିଙ୍ଗ୍ରେ ଭାରତୀୟ ସିନିୟର ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ (୮୫୦ ପଏଣ୍ଟ) ଦ୍ୱିତୀୟ ସ୍ଥାନରେ ଅପରିବର୍ତ୍ତିତ ରହିଛନ୍ତି। ଅଷ୍ଟ୍ରେଲିଆନ ଫାଷ୍ଟ ବୋଲର ପ୍ୟାଟ୍ କୁମିନ୍ସ (୯୦୮) ଶୀର୍ଷରେ ରହିଛନ୍ତି। ଏକମାତ୍ର ଭାରତୀୟ ଭାବେ ଅଶ୍ୱିନ ଟପ୍-୧୦ରେ ରହିଛନ୍ତି। ଟେଷ୍ଟ ଅଲ୍ରାଉଣ୍ଡର ତାଲିକାରେ ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍ଡର (୪୧୨) ଶୀର୍ଷସ୍ଥାନ ବଜାୟ ରଖିଥିବାବେଳେ ଭାରତର ରବୀନ୍ଦ୍ର ଜାଡେଜା (୩୮୬) ଦ୍ୱିତୀୟ ଏବଂ ଅଶ୍ୱିନ (୩୫୩) ୪ର୍ଥ ସ୍ଥାନରେ ରହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.