ନୂଆଦିଲ୍ଲୀ, ୧୦।୬(ପି.ଟି.): କୌଣସି କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କର ମାଆବାପା, କିମ୍ବା ତାଙ୍କ ଉପରେ ନିର୍ଭରଶୀଳ ପରିବାର ସଦସ୍ୟ ଯଦି କୋଭିଡ୍ ପଜିଟିଭ୍ ଚିହ୍ନଟ ହୁଅନ୍ତି, ତେବେ ସମ୍ପୃକ୍ତ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି (ଏସ୍ସିଏଲ୍) ମିଳିପାରିବ। କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ପରିବାର ସଦସ୍ୟ କିମ୍ବା ମାଆବାପା ଯଦି ୧୫ ଦିନରୁ ଅଧିକ ଚିକିତ୍ସାଧୀନ ରହନ୍ତି, ତେବେ ସେ ହସ୍ପିଟାଲ ଛାଡ଼ିବା ପର୍ଯ୍ୟନ୍ତ କର୍ମଚାରୀଙ୍କୁ ଅନ୍ୟାନ୍ୟ ଛୁଟି (ଯାହା ତାଙ୍କର ପ୍ରାପ୍ୟ) ମିଳିପାରିବ । ସରକାରୀ କର୍ମଚାରୀ ନିଜେ କୋଭିଡ୍ ପଜିଟିଭ ହେଲେ ତାଙ୍କୁ ୨୦ ଦିନ ପରିବର୍ତ୍ତିତ ଛୁଟି (କମ୍ୟୁଟେଡ୍ ଲିଭ୍) ଦିଆଯିବ ଓ ସେ ହୋମ୍ କ୍ୱାରାଣ୍ଟାଇନରେ ରହିବେ କିମ୍ବା ହସ୍ପିଟାଲରେ ଭର୍ତ୍ତି ହୋଇପାରିବେ। ଯଦି ୨୦ ଦିନ ପରେ ହସ୍ପିଟାଲରେ ରହିବାକୁ ହୁଏ, ତେବେ ଏହାର ପ୍ରମାଣ ଭାବେ ଆବଶ୍ୟକ ଦସ୍ତାବିଜ୍ ଦେଖାଇଲେ କମ୍ୟୁଟେଡ୍ ଲିଭ୍ ଦିଆଯିବ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି।
Posted inକରୋନା ଭାଇରସ୍, ଜାତୀୟ View All
ସଂସଦରେ ଯୋଗ ଶିକ୍ଷା ଦେବେ ପ୍ରଜ୍ଞା
ଜୁନ୍ ୨୧ରେ ବିଶ୍ୱବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଲୋକ ସଭା ସେକ୍ରେଟାରିଏଟ୍ ପକ୍ଷରୁ ସାଂଦସମାନଙ୍କୁ ଯୋଗ ଶିକ୍ଷାର ଆୟୋଜନ କରାଯାଇଛି।...
ମୋଦିଙ୍କୁ ହତ୍ୟା ଧମକ
ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଦିଲ୍ଲୀ ଖଜୁରୀଖସ୍ ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଜାମିନରେ ଆସିଥିବା...
ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ
ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍ରେ କାମ କରି ବେଶ୍ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର...
କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍ଡୋଜର…
ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...
ଆଜିଠୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ...
କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍ମୋ ମେଶିନ
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): କରୋନାରେ ଗୁରୁତର ରୋଗୀଙ୍କ ପାଇଁ ଏବେ ଏକ୍ମୋ ଚିକିତ୍ସା ଜରୁରୀ ହୋଇପଡୁଛି। ରାଜ୍ୟରେ କୌଣସି ସରକାରୀ ହସ୍ପିଟାଲରେ ଏହି ମେଶିନ ନ ଥିବାରୁ...
ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା
ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ...
ପରକୀୟା ପ୍ରୀତି ଥିଲେ ବି ମା’ ନେଇପାରିବେ ପିଲାଙ୍କ ଦାୟିତ୍ୱ
ଚଣ୍ଡିଗଡ଼, ୪ା୬: ପରକୀୟା ପ୍ରୀତି ଥିଲେ ବି ଜଣେ ମହିଳା ଭଲ ମା’ ନୁହନ୍ତି ବୋଲି ସିଦ୍ଧାନ୍ତ ହୋଇପାରିବ ନାହିଁ। ଏହି ଆଧାରରେ ସନ୍ତାନର ସୁରକ୍ଷା...


