ନୂଆଦିଲ୍ଲୀ, ୧୦।୬(ପି.ଟି.): କୌଣସି କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କର ମାଆବାପା, କିମ୍ବା ତାଙ୍କ ଉପରେ ନିର୍ଭରଶୀଳ ପରିବାର ସଦସ୍ୟ ଯଦି କୋଭିଡ୍ ପଜିଟିଭ୍ ଚିହ୍ନଟ ହୁଅନ୍ତି, ତେବେ ସମ୍ପୃକ୍ତ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି (ଏସ୍ସିଏଲ୍) ମିଳିପାରିବ। କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ପରିବାର ସଦସ୍ୟ କିମ୍ବା ମାଆବାପା ଯଦି ୧୫ ଦିନରୁ ଅଧିକ ଚିକିତ୍ସାଧୀନ ରହନ୍ତି, ତେବେ ସେ ହସ୍ପିଟାଲ ଛାଡ଼ିବା ପର୍ଯ୍ୟନ୍ତ କର୍ମଚାରୀଙ୍କୁ ଅନ୍ୟାନ୍ୟ ଛୁଟି (ଯାହା ତାଙ୍କର ପ୍ରାପ୍ୟ) ମିଳିପାରିବ । ସରକାରୀ କର୍ମଚାରୀ ନିଜେ କୋଭିଡ୍ ପଜିଟିଭ ହେଲେ ତାଙ୍କୁ ୨୦ ଦିନ ପରିବର୍ତ୍ତିତ ଛୁଟି (କମ୍ୟୁଟେଡ୍ ଲିଭ୍) ଦିଆଯିବ ଓ ସେ ହୋମ୍ କ୍ୱାରାଣ୍ଟାଇନରେ ରହିବେ କିମ୍ବା ହସ୍ପିଟାଲରେ ଭର୍ତ୍ତି ହୋଇପାରିବେ। ଯଦି ୨୦ ଦିନ ପରେ ହସ୍ପିଟାଲରେ ରହିବାକୁ ହୁଏ, ତେବେ ଏହାର ପ୍ରମାଣ ଭାବେ ଆବଶ୍ୟକ ଦସ୍ତାବିଜ୍ ଦେଖାଇଲେ କମ୍ୟୁଟେଡ୍ ଲିଭ୍ ଦିଆଯିବ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.