Categories: ଜାତୀୟ

୨ରୁ ଅଧିକ ସନ୍ତାନ ଥିଲେ ଆଉ ମିଳିବନି ସରକାରୀ ସୁବିଧା: ମୁଖ୍ୟମନ୍ତ୍ରୀ…

ଗୁଆହାଟି,୨୦।୬: ଏଣିକି ୨ରୁ ଅଧିକ ସନ୍ତାନ ଥିଲେ ଆଉ ସରକାରୀ ସୁବିଧା ସୁଯୋଗ ମିଳିବନି। ଏନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ସୂଚନା ଦେଇଛନ୍ତି। କେନ୍ଦ୍ରର ପ୍ରସ୍ତାବିତ ଜନସଂଖ୍ୟା ନିୟନ୍ତ୍ରଣ ଯୋଜନା ଅନ୍ତର୍ଗତ ଧୀରେଧୀରେ ରାଜ୍ୟ ସରକାର ଏନେଇ ୨ ସନ୍ତାନ ଆଇନ ପ୍ରଣୟନ କରିବାର ଯୋଜନା କରୁଥିବା ସେ କହିଛନ୍ତି। ଏଭଳି ହେଲେ ୨ରୁ ଅଧିକ ସନ୍ତାନଙ୍କ ମାତାପିତାଙ୍କୁ ବିଭିନ୍ନ ସରକାରୀ ସୁବିଧା ସୁଯୋଗରୁ ବଞ୍ଚିତ କରାଯିବ। କେନ୍ଦ୍ରର ସରକାରଙ୍କ ଏଭଳି କେତେକ ଯୋଜନା ରହିଛି ଯେଉଁଥିରେ ୨ ସନ୍ତାନ ଯୋଗ୍ୟତାକୁ ମାନଦଣ୍ଡ ଭାବେ ଗ୍ରହଣ କରାଯାଉଛି। ସୂଚନାଯୋଗ୍ୟ ସମ୍ପ୍ରତି ଆସାମରେ ହୋଇଥିବା ଏକ ସଂଶୋଧନ ଅନୁସାରେ ପଞ୍ଚାୟତ ନିର୍ବାଚନ ଲଢ଼ିବା ପାଇଁ ନ୍ୟୁନତମ ଶିକ୍ଷାଗତ ଯୋଗ୍ୟତା, ଘରେ ଶୌଚାଳୟ ସୁବିଧା ସହିତ ୨ ସନ୍ତାନ ମାନଦଣ୍ଡ ରହିଛି। ଏହା ପଞ୍ଚାୟତ ଅଧିନିୟମ ଅନ୍ତର୍ଗତ ଜାରି କରାଯାଇଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.