ଇସ୍ଲାମାବାଦ,୨୧।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ନିଜ ବୟାନକୁ ନେଇ ସବୁବେଳେ ସାରା ବିଶ୍ୱରେ ଚର୍ଚ୍ଚାରେ ରହିଥାନ୍ତି। ହେଲେ ଏବେ ମହିଳାଙ୍କ ଉପରେ ଏକ ବିବାଦୀୟ ମନ୍ତବ୍ୟ ଦେଇ ସେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ମହିଳାଙ୍କ ପୋଷାକକୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି, ଦେଶରେ ବଳାତ୍କାର ମାମଲା ବୃଦ୍ଧି ପଛର କାରଣ ହେଉଛି ପୋଷାକ। ମହିଳାମାନେ ପିନ୍ଧୁଥିବା ପୋଷାକ ଯୋଗୁ ଦେଶରେ ବଳାତ୍କାର ସଂଖ୍ୟା ବଢ଼ୁଛି। ଯାହାକୁ ନେଇ ଏବେ ଦେଶରେ ଅସନ୍ତୋଷ ଦେଖାଦେଇଛି। ସୂଚନାଯୋଗ୍ୟ, ଏଚ୍ବିଓ ପାଇଁ ଦେଇଥିବା ଏକ ସାକ୍ଷାତକାରରେ ଇମ୍ରାନ କହିଛନ୍ତି, ଯଦି ଜଣେ ମହିଳା ଛୋଟ ପୋଷାକ ପିନ୍ଧନ୍ତି, ତେବେ ଏହା ପୁରୁଷଙ୍କ ଉପରେ ପ୍ରଭାବ ପକାଇଥାଏ। ଯଦି ସେ କୌଣସି ରୋବଟ ନ ହୋଇଥିବ ତାହେଲେ କଥା ଅଲଗା। ଏହା ଏକ ସାଧାରଣ କଥା। ତେଣୁ ମହିଳାମାନେ ନିଜ ପୋଷାକ ପିନ୍ଧିବା ଉପରେ ଧ୍ୟାନ ଦେବା ଉଚିତ ବୋଲି ସେ କହିଛନ୍ତି। ତେବେ ଇମ୍ରାନଙ୍କ ଏଭଳି ମନ୍ତବ୍ୟ ପରେ ବିଭିନ୍ନ ମହଲରୁ ତାଙ୍କୁ ତୀବ୍ର ସମାଲୋଚନା କରାଯିବା ସହ ସୋସିଆଲ ମିଡିଆରେ ନିନ୍ଦା କରାଯାଉଛି। ଏହାପୂର୍ବରୁ ବି ସେ ଏଭଳି ମନ୍ତବ୍ୟ ଦେଇ ବିବାଦ ଘେରକୁ ଆସିସାରିଛନ୍ତି।
Posted inଅନ୍ତର୍ଜାତୀୟ View All
କଫି ୭ ହଜାର, କଦଳୀ ୩ ହଜାର
ପୋଙ୍ଗ୍ୟାଙ୍ଗ୍, ୨୦ା୬: ଉତ୍ତର କୋରିଆରେ ଦେଖାଦେଇଛି ଉତ୍କଟ ଖାଦ୍ୟ ସଙ୍କଟ । କରୋନାଜନିତ କଟକଣା ଯୋଗୁ ସୀମା ବନ୍ଦ କରିଥିବା ଏହି ଦେଶରେ ବାହାରୁ ଖାଦ୍ୟ...
ଭାକ୍ସିନ୍ ନେଲେ ବି ମାସ୍କ୍ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…
ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର...
ବାବା ରାମଦେବଙ୍କୁ ଝଟ୍କା ଦେଲା ନେପାଳ
କାଠମାଣ୍ଠୁ,୯।୬: ନେପାଳ ସରକାର ଦେଶରେ ପତଞ୍ଜଳି ଦ୍ୱାରା ପ୍ରସ୍ତୁତ କରୋନିଲ କିଟ୍ର ବିତରଣ ଉପରେ ରୋକ ଲଗାଇଛନ୍ତି। ଯୋଗ ଗୁରୁ ରାମଦେବଙ୍କ କମ୍ପାନୀ ପତଞ୍ଜଳି ଉପହାର...
ଭର୍ଚୁଆଲ କରେନ୍ସି ବିଟ୍କଏନ ଏବେ ଏଲ୍ ସାଲଭେଡରରେ ହେବ ଲାଗୁ…
ସାନ୍ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ...
ଟିକା ନେଇଥିବା ସେକ୍ସପିୟରଙ୍କ ମୃତ୍ୟୁ
କୋଭିଡ୍ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ...
ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କଲେ ବାର୍ ମାଲିକ, ଦେଲେ ଏମିତି ଦଣ୍ଡ; ଜାଣିଲେ…
ବାର୍ସାଲୋନା,୩ା୬: ସ୍ପେନ୍ର ଏକ ବାର୍ରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ମାଲିକଙ୍କ ପ୍ରାଇଭେଟ ପାର୍ଟକୁ ଛୁରିରେ କାଟି ଦେଇଛନ୍ତି। କାରଣ ବାର୍ ମାଲିକ ତାଙ୍କୁ...
ଭାରତୀୟ ସୀମା ନିକଟବର୍ତ୍ତୀ ତିବ୍ବତରେ ଚାଇନା ଆରମ୍ଭ କଲା ପ୍ରଥମ ବୁଲେଟ ଟ୍ରେନ୍
ବେଜିଂ,୨୫।୬: ଚାଇନାର ରଣନୈତିକ ଭାବେ ମହତ୍ୱପୂର୍ଣ୍ଣ ଥିବା ହିମାଳୟର ତିବ୍ବତ ଅଞ୍ଚଳରେ ଚାଇନା ପ୍ରଥମ ଇଲେକ୍ଟ୍ରୋନିକ୍ ବୁଲେଟ ଟ୍ରେନ୍ ଆରମ୍ଭ କରିଛି। ଶୁକ୍ରବାର ଏହି ଟ୍ରେନ୍...
ପାକିସ୍ତାନର ଆମ୍ବ କୂଟନୀତି ବିଫଳ: ଆମେରିକା-ଚାଇନା ଫେରାଇଲେ ଉପହାର…
ଇସଲାମାବାଦ୍,୧୩।୬: ପାକିସ୍ତାନର ଆମ୍ବ କୂଟନୀତି ଶେଷରେ ବିଫଳ ହୋଇଛି। ଆମେରିକା ସହିତ ପାକିସ୍ତାନର ବନ୍ଧୁ ବୋଲାଉଥିବା ଚାଇନା ଏକ୍ଷେତ୍ରରେ ପ୍ରଦାନ କରାଯାଇଥିବା ଉପହାର ଦେଇଛି। ପାକିସ୍ତାନ...


