ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍ସି) ଦ୍ୱାରା ନବନିଯୁକ୍ତ ୭୮୬ ଡାକ୍ତରଙ୍କ ସହ ଭିଡିଓ କନ୍ଫରେନ୍ସରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ଗତ କିଛିବର୍ଷ ଭିତରେ ବହୁ ସଂଖ୍ୟାରେ ସ୍ବାସ୍ଥ୍ୟ କର୍ମୀ ନିଯୁକ୍ତି ଦିଆଯାଇଛି। କରୋନା ମହାମାରୀ ବେଳେ ଡାକ୍ତରମାନଙ୍କ ଭୂମିକାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସମାଜରେ ଡାକ୍ତରଙ୍କର ସ୍ବତନ୍ତ୍ର ସମ୍ମାନ ରହିଛି। ଜନ୍ମ ଓ ମୃତ୍ୟୁ ସମୟରେ ଲୋକେ ଡାକ୍ତରଙ୍କୁ ଭଗବାନ ମନେକରନ୍ତି। ଗତ ଦେଢ଼ବର୍ଷ ହେବ ଡାକ୍ତରମାନେ ଆଗ ଧାଡ଼ିର କରୋନା ଯୋଦ୍ଧା ଭାବେ କାର୍ଯ୍ୟ କରୁଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଡାକ୍ତର ଗୋଷ୍ଠୀଙ୍କୁ ପ୍ରଶଂସା କରିଛନ୍ତି। ଜନସାଧାରଣଙ୍କ ସେବାକୁ ବାଛିଥିବାରୁ ନବନିଯୁକ୍ତ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ସ୍ବାଗତ କରିଛନ୍ତି। ଦୀର୍ଘ ବର୍ଷ କଠିନ ପରିଶ୍ରମ ବଳରେ ଡାକ୍ତର ହେବାର ସୌଭାଗ୍ୟ ଅର୍ଜନ କରିଥିବାରୁ ପରିବାର ଗର୍ବ ଅନୁଭବ କରୁଥିବେ। ଡାକ୍ତର ଗୋଷ୍ଠୀଙ୍କୁ ରୋଲ୍ ମଡେଲ ବୋଲି କହିବା ସହ ଆଗାମୀ ଦିନରେ ସମସ୍ତ ପ୍ରକାର ସଫଳତା ହାସଲ ନେଇ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।
କରୋନା ମହାମାରୀ ସମଗ୍ର ବିଶ୍ୱ ସମେତ ଓଡ଼ିଶାରେ ଗୁରୁତର ପ୍ରଭାବ ପକାଇଛି। ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ଗଭୀର ଚାପ ପଡୁଛି। ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ଆମେ ଏହି ଲଢ଼େଇରେ ଅନେକ ଲୋକଙ୍କ ଜୀବନ ବଞ୍ଚାଇବାରେ ସଫଳ ହୋଇପାରିଛୁ। ଯଦିଓ କୋଭିଡ୍ ସଂକ୍ରମଣ ହ୍ରାସପାଉଛି ତଥାପି ଆମକୁ ସତର୍କ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କଠିନ ସମୟରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଯୋଗ ଦେଇଥିବାରୁ ନବନିଯୁକ୍ତ ଡାକ୍ତରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ନବନିଯୁକ୍ତ ଡାକ୍ତରମାନଙ୍କ ସହ ଆଲୋଚନା ବେଳେ ୫-ଟି ବ୍ୟବସ୍ଥାକୁ ନିଜ ସେବାରେ ବାଧ୍ୟତାମୂଳକ ଭାବେ ପାଳନ କରି ଗରିବ ଲୋକଙ୍କ ସେବାରେ ନିଜକୁ ଉତ୍ସର୍ଗ କରିବାକୁ ପରାମର୍ଶ ଦେଇଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.