ଛତ୍ରପୁର,୯।୬(ଡି.ଏନ୍.ଏ.): ଆଗାମୀ ଦିନରେ କରୋନା ତୃତୀୟ ଲହରରେ ଶିଶୁମାନେ ବେଶି ସଂକ୍ରମିତ ହେବା ନେଇ ବିଶେଷଜ୍ଞ ମତ ରଖିଛନ୍ତି। ଏହି ପରିପ୍ରେକ୍ଷୀରେ
କରୋନା ସଂକ୍ରମଣଠାରୁ ଶିଶୁଙ୍କୁ ସୁରକ୍ଷା ରଖିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶ କ୍ରମେ ଜିଲାର ସମସ୍ତ ଘରକୁ ଘର ବୁଲି ଶିଶୁମାନଙ୍କର କୋଭିଡ ଲକ୍ଷଣ ଯାଞ୍ଚ ବୁଧବାରଠାରୁ ଆରମ୍ଭ ହୋଇଛି । ଏହି ଯାଞ୍ଚ ପ୍ରକ୍ରିୟା ଆଗାମୀ ୩ ମାସ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ସୂଚନା ଦିଆଯାଇଛି। ଆଶାକର୍ମୀ, ଏ.ଏନ୍.ଏମ. ଏବଂ ଅଙ୍ଗନଓ୍ବାଡି କର୍ମୀଙ୍କୁ ଏଥିରେ ସାମିଲ କରାଯାଇଛି। କୋଭିଡ ଲକ୍ଷଣ, ଅକ୍ସିଜେନ ସ୍ତର ଯାଞ୍ଚ କାର୍ଯ୍ୟ କୋଭିଡ ନିୟମ ଅନୁପାଳନ କରାଯାଇ ହେଉଛି ।
ଲକ୍ଷଣ ଯୁକ୍ତ ଶିଶୁମାନଙ୍କୁ ଅଧିକ ଯତ୍ନ ଏବଂ ସୁଷମ ଖାଦ୍ୟ ଦିଗରେ ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି । ଏହି ଅଭିଯାନ ପରିଚାଳନା ଦିଗରେ ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରେ କମିଶନର୍ ଏବଂ ବ୍ଲକ ସ୍ତରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀଗଣ ନୋଡାଲ ଅଧିକାରୀ ଭାବେ କାର୍ଯ୍ୟ ସମ୍ପାଦନ କରୁଛନ୍ତି । ସାମାନ୍ୟ ଲକ୍ଷଣଯୁକ୍ତ ଶିଶୁ ମାନଙ୍କର ତଣ୍ଟି ଦରଜ ହେବା, କାଶ ହେବା, ଶ୍ବାସକ୍ରିୟାରେ ଅସୁବିଧା ଥିଲେ ସେମାନଙ୍କ ଗୃହରେ ଏକାନ୍ତ ରଖି ଚିକିତ୍ସା କରାଯିବାକୁ ପରାମର୍ଶ ଦିଆଯାଇଛି । ଅଭିଭାବକ କିମ୍ବା ପିତାମାତାଗଣ ଡାକ୍ତରମାନଙ୍କ ସହିତ କିମ୍ବା ସମ୍ପୃୃକ୍ତ ଅଧିକାରୀମାନଙ୍କ ସହିତ ବରାବର ଯୋଗସୂତ୍ର ରକ୍ଷାକରି ଶିଶୁ ମାନଙ୍କର ଯତ୍ନ ସମ୍ପର୍କରେ ପରାମର୍ଶ ଅନୁଯାୟୀ ଯତ୍ନ ନେବେ । ଅବସ୍ଥା ଗୁରୁତର ହେଲେ ସମ୍ପୃକ୍ତ ଶିଶୁଙ୍କୁ ଚିକିତ୍ସାଳୟକୁ ନେଇ ଚିକିତ୍ସା ପାଇଁ ଜିଲାପାଳ ପରାମର୍ଶ ଦେଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.