ବଡ଼ବିଲ,୧୦।୬(ସ୍ବ.ପ୍ର.): ଆଜି ଥିଲା ପବିତ୍ର ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ ପାଇଁ ପୂଜାର୍ଚ୍ଚନା କରିଥାନ୍ତି ସ୍ତ୍ରୀ। ହେଲେ ଏଭଳି ଏକ ଦିନରେ ସ୍ତ୍ରୀଙ୍କ ଆକ୍ରମଣରେ ସ୍ବାମୀ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଭଦ୍ରାସାହି ପଞ୍ଚାୟତ ଝାଡ଼ଗାଁ ଅଞ୍ଚଳରେ ଏହି ଘଟଣା ଘଟିଛି।
ସ୍ବାମୀଙ୍କ ଅଭିଯୋଗ ଆନୁଯାୟୀ, ତାଙ୍କ ଘର ଭିତରକୁ ଜଣେ ବାହାର ବ୍ୟକ୍ତିଙ୍କ ପ୍ରବେଶକୁ ସେ ବିରୋଧ କରିଥିଲେ। ଏହି କଥାକୁ ନେଇ ସ୍ତ୍ରୀଙ୍କ ସହ ବଚସା ହୋଇଥିଲା। ଏଥିରେ ତାଙ୍କର ସ୍ତ୍ରୀ ଉତ୍କ୍ଷିପ୍ତ ହୋଇ ଏକ ଇଟାରେ ତାଙ୍କ ମୁଣ୍ଡକୁ ଛେଚି ଦେଇଥିଲେ। ଫଳରେ ତାଙ୍କ ମୁଣ୍ଡରେ ଗଭୀର କ୍ଷତ ସୃଷ୍ଟି ହୋଇ ପ୍ରବଳ ରକ୍ତସ୍ରାବ ହୋଇଥିଲା। ଏବେ ସେ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅଛନ୍ତି। ଏ ନେଇ ସ୍ବାମୀଙ୍କ ପକ୍ଷରୁ ବଡ଼ବିଲ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇନାହିଁ।
Posted inଆମ ଜିଲା ଖବର, କେନ୍ଦୁଝର, ରାଜ୍ୟ View All
ବ୍ୟାଙ୍କରେ ରହୁନି ସାମାଜିକ ଦୂରତା:ଗୋଷ୍ଠୀ ସଂକ୍ରମଣ ଆଶଙ୍କା
ଗଞ୍ଜାମ,୧।୬(ଡି.ଏନ୍.ଏ.): ଗଞ୍ଜାମ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଦ୍ୱିତୀୟ ଲହରରେ ଏହି ସହରରୁ ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧୩।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ...
ସଂକ୍ରମଣ କମ୍ ଦେଖାଇବାକୁ ଷଡ଼ଯନ୍ତ୍ର
ବଇଣ୍ଡା,୧ା୬ କରୋନାକୁ କାବୁ କରିବାକୁ ହେଲେ ଅଧିକରୁ ଅଧିକ ଟେଷ୍ଟିଂ ଓ କଣ୍ଟାକ୍ଟ ଟ୍ରେସିଂ ନିମନ୍ତେ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ସରକାରଙ୍କ କୋଭିଡ୍ ଗାଇଡ୍ଲାଇନ୍ରେ ମଧ୍ୟ...
ଗଛ ବିନା ଶ୍ରୀହୀନ ରାଜପଥ
ଢେଙ୍କାନାଳ ଅଫିସ, ୧୯।୬ ଜାତୀୟ ରାଜପଥ (ଏନ୍ଏଚ୍) ଉପରେ ନିର୍ଭର କରେ ଦେଶର ଆର୍ଥିକ ପ୍ରଗତି। ଆନ୍ତଃଜିଲା ଏବଂ ଆନ୍ତଃରାଜ୍ୟ ଗମନାଗମନ ବ୍ୟବସ୍ଥାକୁ ଉନ୍ନତ କରିବା,...
ଆଜିଠୁ ୩ ଜିଲାରେ ଗାଡ଼ି ବିକ୍ରି, ପଞ୍ଜୀକରଣ
ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟର ୩ ଜିଲା ସୁନ୍ଦରଗଡ଼, ନୂଆପଡ଼ା ଓ ଗଜପତିରେ ମଙ୍ଗଳବାରଠାରୁ ନୂଆ ଗାଡ଼ି ପଞ୍ଜୀକରଣ ଆରମ୍ଭ ହେବ। ଏସବୁ ଜିଲାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ...
ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ
ଚୌଦାର ,୧୬।୬(ଡ଼ି.ଏନ.ଏ):- ୧୬ନଂ ଜାତୀୟ ରାଜପଥ ମଙ୍ଗୁଳି ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ...
ଏନ୍କାଉଣ୍ଟରରେ ମହିଳା ମାଓବାଦୀ ନିହତ
ମାଲକାନଗିରି/ଏମ୍ଭି୭୯,୧୮ା୬: ପୋଲିସ ଏନ୍କାଉଣ୍ଟରରେ ଶୁକ୍ରବାର ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ବନ୍ଧୁକ ସମେତ ବହୁ ମାଓବାଦୀ ସାମଗ୍ରୀ ପୋଲିସ ଜବତ କରିଛି। ମିଳିଥିବା...
୨ ସାଇବର ଠକ ଗିରଫ
କଟକ ଅଫିସ,୭।୬: ଚାଉଳିଆଗଞ୍ଜ ପୋଲିସ ୨ଜଣ ସାଇବର ଠକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପୁରୀ ସତ୍ୟବାଦୀ ଥାନା...


