କୋଭିଡ୍ ମହାମାରୀର ମୁକାବିଲା କରିବାକୁ ମହାରାଷ୍ଟ୍ରରେ ଶିକ୍ଷକମାନଙ୍କ ପ୍ରୟାସ ବେଶ୍ ପ୍ରଶଂସନୀୟ। ଅହମ୍ମଦ ନଗରର ଅକୋଲେ ଗାଁରେ ଜିଲା ପରିଷଦ ଶିକ୍ଷକମାନେ କରୋନା ମୃତ୍ୟୁ ରୋକିବା ଲାଗି ୩୩ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। କରୋନାର ଦ୍ୱିତୀୟ ଲହରରେ ଅକୋଲେ ଗାଁରେ ସେମାନେ ୨୫,୦୦୦ ଲୋକଙ୍କୁ ସବୁ ସୁବିଧା ଉପଲବ୍ଧ କରାଇ ପାରିଛନ୍ତି। ଏଠାରେ ଲୋକମାନେ ଚିକିତ୍ସା ସୁବିଧାରୁ ବଞ୍ଚତ୍ତ ରହନ୍ତି। ଏହି ବୃହତ୍ ଗାଁରେ ୩୦ ଶଯ୍ୟା ବିଶିଷ୍ଟ ମେଡିକାଲ ରହିଛି, ଯାହା ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ନୁହେଁ। ଭଲ ଚିକିତ୍ସା ପାଇବାକୁ ହେଲେ ଗ୍ରାମବାସୀଙ୍କୁ ୭୦ କି.ମି ଦୂର ଚିକିତ୍ସାଳୟକୁ ଯିବାକୁ ପଡ଼େ। ଏଣୁ ଏହିସବୁ ସମସ୍ୟାକୁ ଦୃଷ୍ଟିରେ ରଖି ଶିକ୍ଷକମାନେ ୩୩ ଲକ୍ଷ ଟଙ୍କା ବ୍ୟୟରେ ୬୦ଟି ଅକ୍ସିଜେନ ବେଡ୍ର ସୁବିଧା କରିଛନ୍ତି। ଅକୋଲେଠାରୁ ୨ କି.ମି ଦୂର ସୁଗାନୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଏହି ସୁବିଧା କରାଯାଇଛି। ଶିକ୍ଷକମାନେ ସବୁ କାର୍ଯ୍ୟ ପରିଚାଳନା କରିବାକୁ ଏକ ହ୍ବାଟ୍ସଆପ ଗ୍ରୁପ୍ ଖୋଲିଛନ୍ତି। ୧,୧୦୦ଟି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ପ୍ରତ୍ୟେକ ୧,୦୦୦ ଟଙ୍କା ଦେଇ ୧୧ ଲକ୍ଷ ଟଙ୍କା ସଂଗ୍ରହ କରିଛନ୍ତି ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ମଧ୍ୟ ୧୨ ଲକ୍ଷ ଟଙ୍କା ଦେଇଛନ୍ତି। ଏହାବାଦ୍ ଘରୋଇ ଅନୁଷ୍ଠାନ ଏବଂ ଲୋକମାନେ ଆଉ ୧୦ ଲକ୍ଷ ଟଙ୍କା ସାହାଯ୍ୟ କରିଛନ୍ତି। ଏହି ଅଭିଯାନର ନେତୃତ୍ୱରେ ରହିଛନ୍ତି ପରଖତ୍ପୁର ଜିଲା ପରିଷଦ ସ୍କୁଲର ଶିକ୍ଷକ ରାଜେନ୍ଦ୍ର ସଦଗିର୍।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.