ଚା ଗଛର ପତ୍ରରୁ ସ୍ବାଦିଷ୍ଟ ଚା ପିଇବାରେ ଆମେ ଅଭ୍ୟସ୍ତ। କିନ୍ତୁ ବାମ୍ବୋ ଲିଫ୍ ଟି ବା ବାଉଁଶ ପତ୍ର ଚା କେବେ ପିଇଛନ୍ତି କି? ଏମିତି ଚା ପ୍ରସ୍ତୁତ କରୁଛନ୍ତି ତ୍ରିପୁରାର ସମୀର ଜାମାତିଆ। ବାଉଁଶପତ୍ର ଚା’କୁ ସେ ୟୁରୋପ ଏବଂ ଇଂଲଣ୍ଡକୁ ରପ୍ତାନି କରୁଛନ୍ତି। ଏକ କେଜି ଚା ମୂଲ୍ୟ ୧୨୦ ଟଙ୍କା। ଏବେ ସୁଦ୍ଧା ସେ ୬୦୦ କେଜି ଚା ରପ୍ତାନି କରିସାରିଲେଣି। ସମୀରଙ୍କ ବୟସ ୩୬। ତାଙ୍କ ଘର ଗୋମତି ଜିଲା ଗରଜି ଗାଁରେ। ସେ ମଧ୍ୟ ବାଉଁଶରୁ ବିଭିନ୍ନ ଉପତ୍ାଦ ନିର୍ମାଣ କରନ୍ତି। ତାଙ୍କୁ ବାମ୍ବୋ ଟେକ୍ନୋଲୋଜିଷ୍ଟ ଭାବେ ସମସ୍ତେ ଜାଣନ୍ତି। ସେ ଚାଇନାରେ ବାମ୍ବୋ ଟେକ୍ନୋଲୋଜିରେ ଡିପ୍ଲୋମା କରିଛନ୍ତି। ୨୦୦୮ରେ ଚାଇନାରୁ ଫେରି ସେ ଏହି ଚା ପ୍ରସ୍ତୁତ କରିବାକୁ ଅନୁସନ୍ଧାନ ଚଳାଇ ଶେଷରେ ସଫଳ ହୋଇଛନ୍ତି । ଏହାବାଦ୍ ବାଉଁଶର ଉପଯୋଗିତା ସମ୍ପର୍କରେ ଜାଣିବା ଲାଗି ସେ କାମ୍ବୋଡିଆ ଏବଂ ଭିଏଟ୍ନାମ ଯାଇଛନ୍ତି। ତ୍ରିପୁରାରେ ୩୦ ପ୍ରକାର ବାଉଁଶ ରହିଛି ଓ ପ୍ରତ୍ୟେକରୁ ପ୍ରସ୍ତୁତ ଚା’ର ସ୍ବାଦ ଭିନ୍ନ ବୋଲି କହନ୍ତି ସମୀର। କଅଁଳିଆ ବାଉଁଶ ପତ୍ର ସ୍ଥାନୀୟ ଲୋକମାନଙ୍କ ଦ୍ୱାରା ସଂଗ୍ରହ କରି ସେ ଚା ପ୍ରସ୍ତୁତ କରୁଛନ୍ତି। ଏଭଳି ଚା ପ୍ରସ୍ତୁତ କରିବା ପଛରେ ଭାରତର ପୂର୍ବତନ ରାଷ୍ଟ୍ରପତି ଡ. ଅବଦୁଲ କଲାମଙ୍କ ପ୍ରେରଣା ରହିଛି ବୋଲି ସମୀର କହନ୍ତି । ପୂର୍ବୋତ୍ତର ରଜ୍ୟରେ ବାଉଁଶ କାରିଗରି ଉପରେ ଡ. କଲାମ ତାଙ୍କୁ ସମ୍ମାନିତ କରିବା ଅବସରରେ ତାଙ୍କଠାରୁ ସେ ଏଭଳି ପ୍ରେରଣା ଲାଭ କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.