Categories: ଖେଳ

ମେସିଙ୍କୁ ପଛରେ ପକାଇଲେ ଛେତ୍ରୀ

ଦୋହା,୮।୬: ଭାରତୀୟ ଫୁଟ୍‌ବଲ ଷ୍ଟାର ସୁନୀଲ ଛେତ୍ରୀ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତଥା ଆର୍ଜେଣ୍ଟିନାର ସୁପରଷ୍ଟାର ଲିଓନେଲ ମେସିଙ୍କୁ ପଛରେ ପକାଇଛନ୍ତି। ଅନ୍ତର୍ଜାତୀୟ ଫୁଟବଲରେ ସକ୍ରିୟ ଥିବା ଖେଳାଳିଙ୍କ ମଧ୍ୟରେ ସର୍ବାଧିକ ଗୋଲ ସ୍କୋରରଙ୍କ ତାଲିକାରେ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି ୩୬ ବର୍ଷୀୟ ଛେତ୍ରୀ।

ସୋମବାର ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ୨୦୨୨ ଫିଫା ବିଶ୍ୱକପ୍‌ ଓ ୨୦୨୩ ଏଏଫ୍‌ସି ଏସିଆନ କପ୍‌ର ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ରେ ଭାରତ ପାଇଁ ଦୁଇଟି ଗୋଲ କରିଥିଲେ ଛେତ୍ରୀ। ଏହା ସହିତ ୭୪ରେ ପହଞ୍ଚିଛି ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଗୋଲ ସଂଖ୍ୟା। ତାଙ୍କ ଯୋଗୁ ଗତ ୬ ବର୍ଷ ମଧ୍ୟରେ ଭାରତ ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟରେ ହାସଲ କରିଛି ପ୍ରଥମ ବିଜୟ।

ବର୍ତ୍ତମାନ ଅନ୍ତର୍ଜାତୀୟ ଫୁଟବଲରେ ସକ୍ରିୟ ଥିବା ଖେଳାଳିଙ୍କ ମଧ୍ୟରେ ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ (୧୦୩ ଗୋଲ) ଶୀର୍ଷରେ ରହିଛନ୍ତି। କେବଳ ତାଙ୍କ ପଛକୁ ରହିଛନ୍ତି ଛେତ୍ରୀ। ଏହି ତାଲିକାର ୪ର୍ଥ ସ୍ଥାନରେ ଥିବା ମେସିଙ୍କ ନାମରେ ରହିଛି ୭୨ ଗୋଲ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.