Categories: ଜାତୀୟ

ଭାରତ ପାଖରେ କମ୍‌ ଆଣବିକ ଅସ୍ତ୍ର: ତେବେ ବି ଚାଇନା-ପାକିସ୍ତାନକୁ କଡ଼ା ଜବାବ ଦେବାକୁ ସକ୍ଷମ…

ନୂଆଦିଲ୍ଲୀ,୧୫।୬: ଭାରତ ପାଖରେ ଚାଇନା ଏବଂ ପାକିସ୍ତାନ ତୁଳନାରେ କମ୍‌ ଆଣବିକ ଅସ୍ତ୍ର ରହିଛି। ତେବେ ବି ଭାରତ ଉଭୟ ଚାଇନା ଏବଂ ପାକିସ୍ତାନକୁ କଡ଼ା ଜବାବ୍‌ ଦେବାକୁ ସକ୍ଷମ। ସମ୍ପ୍ରତି ଚାଇନା ନିକଟରେ ୩୫୦ ଆଣବିକ ଅସ୍ତ୍ର ରହିଛି। ସେହିପରି ପାକିସ୍ତାନ ୧୬୫ ଆଣବିକ ଅସ୍ତ୍ର ସଂଗ୍ରହ କରିଛି। ଅପରପକ୍ଷରେ ଭାରତ ପାଖରେ ୧୫୬ ଆଣବିକ ଅସ୍ତ୍ର ମହଜୁଦ୍‌ ରହିଛି। ଷ୍ଟକ୍‌ହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ପ୍ରକାଶିତ ହୋଇଥିବା ଏକ ରିପୋର୍ଟରେ ଏ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ପୃଥିବୀର ୯ଟି ଆଣବିକ ଶକ୍ତି ସମ୍ପନ୍ନ ରାଷ୍ଟ୍ର ନିକଟରେ ମୋଟ ୧୩,୦୮୦ ଆଣବିକ ଅସ୍ତ୍ର ରହିଛି। ସେଥିମଧ୍ୟରୁ ରୁଷିଆ ନିକଟରେ ସର୍ବାଧିକ ୬,୨୫୫ ରହିଛି। ଆମେରିକା ପାଖରେ ୫,୫୫୦, ଫ୍ରାନ୍ସ ନିକଟରେ ୨୯୦ ଏବଂ ବ୍ରିଟେନ୍‌ ପାଖରେ ୨୨୫ ଆଣବିକ ଅସ୍ତ୍ର ରହିଛି। ସେହିପରି ଇସ୍ରାଏଲ୍‌ ପାଖରେ ୯୦ ଏବଂ ଉତ୍ତର କୋରିଆ ପାଖରେ ୪୦ରୁ ୫୦ ଆଣବିକ ଅସ୍ତ୍ର ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.