ନୂଆଦିଲ୍ଲୀ,୧୯।୬: ସ୍ବିସ୍ ବ୍ୟାଙ୍କରେ ଜମା ହୋଇଥିବା ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟି ଟଙ୍କାରୁ ଅଧିକ ବୋଲି ସ୍ବିଜରଲାଣ୍ଡ୍ର ସେଣ୍ଟ୍ରାଲ୍ ବ୍ୟାଙ୍କ ପକ୍ଷରୁ ଏକ ବାର୍ଷିକ ରିପୋର୍ଟ ଗୁରୁବାର ପ୍ରକାଶ ପାଇଥିଲା। ଏହି ରିପୋର୍ଟକୁ କେନ୍ଦ୍ର ସରକାର ଶନିବାର ଖଣ୍ଡନ କରିଛନ୍ତି। କେନ୍ଦ୍ରୀୟ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଜମା ହୋଇଥିବା ଟଙ୍କା ସମ୍ପର୍କିତ ବିବରଣୀ ସ୍ବିସ୍ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କଠାରୁ ଲୋଡା ଯାଇଛି। ଟିକସ ସମ୍ପର୍କିତ ପ୍ରସଙ୍ଗରେ ଭାରତ ଏବଂ ସ୍ବିଜରଲାଣ୍ଡ୍ ମଧ୍ୟରେ ଦ୍ୱିପାକ୍ଷିକ ଚୁକ୍ତି ହୋଇଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସ୍ବିଜରଲାଣ୍ଡ୍ର ସେଣ୍ଟ୍ରାଲ୍ ବ୍ୟାଙ୍କ ବାର୍ଷିକ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ୨୦୧୯ରେ ଭାରତୀୟଙ୍କ କଳାଧନ ପରିମାଣ ୬,୬୨୫ କୋଟି ଟଙ୍କା ଥିଲା। ତେବେ ୨୦୨୦ରେ ଏହା ୨୮୬ ପ୍ରତିଶତ ବୃଦ୍ଧି ପାଇ ୨୦,୭୦୦ କୋଟି ଟଙ୍କାରେ ପହଞ୍ଚିଛି। ୨୦୦୭ଠାରୁ ଗତ ୧୩ ବର୍ଷ ମଧ୍ୟରେ ଏହା ସର୍ବାଧିକ ବୋଲି ରିପୋର୍ଟରେ ପ୍ରକାଶ ପାଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.