୨୫୮ ବିଦ୍ୟାଳୟରେ ‘ଷ୍ଟେମ୍‌’ ଶିକ୍ଷାର ଶୁଭାରମ୍ଭ

ଭୁବନେଶ୍ୱର, ୯।୬(ବ୍ୟୁରୋ):ରାଜ୍ୟରେ ୩୦ ଜିଲାର ୨୫୮ଟି ବିଦ୍ୟାଳୟରେ ଆଇବିଏମ୍‌ ପକ୍ଷରୁ ‘ଷ୍ଟେମ୍‌’ (ବିଜ୍ଞାନ, ପ୍ରଯୁକ୍ତି, ଇଞ୍ଜିନିୟରିଂ ଓ ଗଣିତ) ଶିକ୍ଷା ଆରମ୍ଭ କରାଯାଇଛି। ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବିଦ୍ୟାଳୟର ଛାତ୍ରୀମାନେ ଡିଜିଟାଲ୍‌ ସାକ୍ଷରତା ଅର୍ଜନ କରିବା ସହିତ ଜୀବନକୌଶଳ ତଥା ଭବିଷ୍ୟତ ଲକ୍ଷ୍ୟ ନିର୍ଦ୍ଧାରଣ କରିପାରିବେ। ଏହି ବିଦ୍ୟାଳୟଗୁଡ଼ିକ ଏକବିଂଶ ଶତାବ୍ଦୀର ଉପଯୋଗୀ ଦକ୍ଷତା ପ୍ରଶିକ୍ଷଣ କ୍ଷେତ୍ରରେ ଅନ୍ୟ ବିଦ୍ୟାଳୟ ପାଇଁ ରୋଲ୍‌ ମଡେଲ୍‌ ହେବେ। ଏଥିପାଇଁ ‘ଆଇବିଏମ୍‌’ ଏବଂ ଏହାର ସହଯୋଗୀ ‘କ୍ବେଷ୍ଟ ଆଲିଆନ୍ସ’ ସମେତ ଅନ୍ୟମାନେ ମାଷ୍ଟର ଟ୍ରେନରମାନଙ୍କୁ ପ୍ରସ୍ତୁତ କରିବେ। ଫଳରେ ଶିକ୍ଷକମାନଙ୍କ ଦକ୍ଷତା ବୃଦ୍ଧି ସହ ଜାତୀୟ ଶିକ୍ଷାନୀତି ଅନୁସୃତ ରାଜ୍ୟ ପାଠ୍ୟକ୍ରମ ସହିତ ସମତୁଲ ଭାବେ ଶିକ୍ଷାର୍ଥୀଙ୍କ ଦକ୍ଷତା ବୃଦ୍ଧି ପାଇବ। ଏହି କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ, ଓସେପାର ରାଜ୍ୟ ପ୍ରକଳ୍ପ ସଂଯୋଜକ ଭୂପେନ୍ଦ୍ର ସିଂ ପୁନିଆ, ଆଇବିଏମ୍‌ ଭାରତ ଓ ଦକ୍ଷିଣ ଏସିଆର ସିଏସ୍‌ଆର୍‌ ମୁଖ୍ୟ ମନୋଜ ବାଲଚନ୍ଦ୍ରନ୍‌ ପ୍ରମୁଖ ଉପସ୍ଥିତ ଥିଲେ। ପରବର୍ତ୍ତୀ ସମୟରେ ଏହି କାର୍ଯ୍ୟକ୍ରମକୁ ଏକ ହଜାର ଉଚ୍ଚ ବିଦ୍ୟାଳୟକୁ ସମ୍ପ୍ରସାରଣ କରାଯିବା ଉପରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ସାହୁ ଗୁରୁତ୍ୱ ଦେଇଥିଲେ। ଏହି ଅବସରରେ ରାଜ୍ୟରେ ଶିକ୍ଷା ପ୍ରଦର୍ଶନ ଗ୍ରେଡିଂ ସୂଚକାଙ୍କରେ ଅଭିବୃଦ୍ଧି ଘଟିଥିବା ଦର୍ଶାଇ ମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ। ସେ କହିଥିଲେ, ୨୦୧୮-୧୯ ଶିକ୍ଷାବର୍ଷରେ ଉପରୋକ୍ତ ସୂଚକାଙ୍କରେ ଓଡ଼ିଶାର ସ୍କୋର ୭୪୯ ଥିବାବେଳେ ୨୦୧୯-୨୦ ଶିକ୍ଷାବର୍ଷରେ ୮୩୮କୁ ବୃଦ୍ଧି ପାଇଛି ଓ ରାଜ୍ୟର ମାନ୍ୟତାକୁ ସମୃଦ୍ଧ କରିଛି। ଅନ୍ୟପକ୍ଷରେ ଆଇବିଏମ୍‌ ଷ୍ଟେମ୍‌ ଶୁଭାରମ୍ଭ କାର୍ଯ୍ୟକ୍ରମ ପରେ ୪ଦିନିଆ ତାଲିମ ଶିବିର ଆୟୋଜନ କରାଯାଇଛି। ଭର୍ଚୁଆଲ ମାଧ୍ୟମରେ ହେବାକୁ ଥିବା ଏହି ତାଲିମ ଶିବିରରେ ସମସ୍ତ ଜିଲାର ୫୧୬ ଜଣ ଶିକ୍ଷକ, ୨୫୮ ଜଣ ପ୍ରଧାନଶିକ୍ଷକ ଏବଂ ଜିଲା ଶିକ୍ଷା ଅଧିକାରୀମାନେ ଅଂଶଗ୍ରହଣ କରିବେ। ସେମାନଙ୍କୁ ଆବଶ୍ୟକୀୟ ଦକ୍ଷତା ଓ ଏକବିଂଶ ଶତାବ୍ଦୀର ଶିକ୍ଷଣ ପାରଦର୍ଶିତା ଉପରେ ତାଲିମ ଦିଆଯିବ। ଶିକ୍ଷକମାନେ ଭର୍ଚୁଆଲ ମୋଡ୍‌ରେ ଛାତ୍ରୀଛାତ୍ରଙ୍କୁ ଶିକ୍ଷା ପ୍ରଦାନ ନେଇ ବିଭିନ୍ନ ଯୋଜନା ସମ୍ପର୍କରେ ମଧ୍ୟ ଅବଗତ ହେବେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.