ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରି ଦିଆଯାଇଛି। ଏନେଇ ସିବିଏସ୍ଇ ବୋର୍ଡ ପକ୍ଷରୁ ଆଗତ କରାଯାଇଥିବା ମୂଲ୍ୟାଙ୍କନ ସୂତ୍ରକୁ ସୁପ୍ରିମ୍କୋର୍ଟ ସ୍ବୀକୃତି ଦେଇ ସାରିଛନ୍ତି। ତେବେ ସମସ୍ତ ରାଜ୍ୟର ଦ୍ୱାଦଶ ବୋର୍ଡ ଦ୍ୱାରା ସମାନ ମୂଲ୍ୟାଙ୍କନ ପଦ୍ଧତି ଗ୍ରହଣ କରାଯିବା ସମ୍ଭବ ନୁହେଁ ବୋଲି ସୁପ୍ରିମ୍କୋର୍ଟ କହିଛନ୍ତି। ଏହା ସହିତ ସମାନ ମୂଲ୍ୟାଙ୍କନ ପଦ୍ଧତି ଗ୍ରହଣ କରିବା ଲାଗି ନିର୍ଦ୍ଦେଶ ଜାରି କରିବାକୁ କୋର୍ଟ ମନା କରିଦେଇଛନ୍ତି। ଏହି ମାମଲାର ବିଚାର କରି ବିଚାରପତି ଅଜୟ ମାନିକ୍ରାଓ ଖାନଓ୍ବିଲ୍କର ଏବଂ ଦିନେଶ ମହେଶ୍ୱରୀଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି ରାୟ ପ୍ରଦାନ କରିଛନ୍ତି। ସମସ୍ତ ବୋର୍ଡକୁ ନିଜ ନିଜର ମୂଲ୍ୟାଙ୍କନ ପଦ୍ଧତି ପ୍ରସ୍ତୁତ କରିବାକୁ ପଡ଼ିବ। ସମସ୍ତ ବୋର୍ଡ ଭିନ୍ନ ଭିନ୍ନ ପଦ୍ଧତି ଗ୍ରହଣ କରିବା ଲାଗି ସ୍ବତନ୍ତ୍ର ବୋଲି ଖଣ୍ଡପୀଠ କହିଛନ୍ତି। ସୂଚନାଯୋଗ୍ୟ, ଦେଶରେ ସମସ୍ତ ଦ୍ୱାଦଶ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ଗ୍ରହଣ ଲାଗି ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେବାକୁ ଏକ ଆବେଦନ କରାଯାଇଥିଲା। ତେବେ ଏହାକୁ କୋର୍ଟ ସମ୍ଭବ ନୁହେଁ ବୋଲି କହିଛନ୍ତି।
ସମସ୍ତ ରାଜ୍ୟ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ନୁହେଁ ସମ୍ଭବ, କହିଲେ ସୁପ୍ରିମ୍କୋର୍ଟ…
Posted inକରୋନା ଭାଇରସ୍, ଜାତୀୟ View All
ସିନୋଭାକ୍କୁ ଡବ୍ଲ୍ୟୁଏଚ୍ଓର ମଞ୍ଜୁରୀ
ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା...
ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୪୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
କରୋନା ଭୂତାଣୁକୁ ନାଶ କରିବ ଏହି ମାସ୍କ
ପୁଣେ,୧୫।୬: କରୋନା ମହାମାରୀର ଦ୍ୱିତୀୟ ଲହର ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଇଛି। ଦ୍ୱିତୀୟ ଲହର ସମୟରେ କରୋନା ଭୂତାଣୁର ସବୁଠାରୁ ବିପଜ୍ଜନକ ଭାରିଏଣ୍ଟ ଦେଖାଦେଇଛି।...
ଆଇସିୟୁରେ ଭର୍ତ୍ତି ହେଲେ ମିଲ୍ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...
ଦିଲ୍ଲୀରୁ ଆସିଲା ଖୁସି ଖବର, ମୃତ୍ୟୁ ରୋକିବାରେ ଭାକ୍ସିନ୍ର ଦ୍ୱିତୀୟ ଡୋଜ୍ ୯୫ ପ୍ରତିଶତ ପ୍ରଭାବଶାଳୀ…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...
ଗପରେ ଏମିତି ମଜ୍ଜିଗଲେ ଯେ ଟିକା ନ ଭରି ଖାଲି ଇଞ୍ଜେକଶନ ଫୋଡ଼ିଦେଲେ ନର୍ସ; ଭିଡିଓ ଭାଇରାଲ ପରେ…
ଛପରା,୨୫।୬: ମହାମାରୀ କରୋନାର ସଂକ୍ରମଣକୁ ରୋକିବା ଲାଗି ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ଏଭଳି ସ୍ଥିତିରେ ଅନେକ ସ୍ଥାନରୁ ଅବହେଳାର ଘଟଣା ସାମ୍ନାକୁ ଆସୁଛି। ସେହି କ୍ରମରେ...
ଏଲ୍ଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟିଲେ ଚିରାଗ
ନୂଆଦିଲ୍ଲୀ,୧୫।୬: ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ରେ ଦଳ କନ୍ଦଳ ବଢ଼ିବାରେ ଲାଗିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ସୁରଜଭାନଙ୍କୁ...
ବିଶ୍ୱର ଅନେକ ବଡ଼ ବଡ଼ ଓ୍ବେବ୍ସାଇଟ୍ ଠପ୍
ନୂଆଦିଲ୍ଲୀ,୮।୬: ସାରା ବିଶ୍ୱରେ ଅନେକ ବଡ ବଡ ଓ୍ବେବସାଇଟ୍ ଡାଉନ୍ ହୋଇଯାଇଛି। ଏଥିରେ ରେଡିଟ୍, ଟ୍ବିଚ୍ ଏବଂ ସିଏନଏନ ଭଳି ବଡ ଅନ୍ତର୍ଜାତୀୟ ଚ୍ୟାନେଲ୍ର ଓ୍ବେବ୍ସାଇଟ୍...


