କୋକସରା,୨।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ବନ ବିଭାଗ କର୍ମଚାରୀ ୫ କେଜି ବାର୍ହା ମାଂସ ସହ ୨ ଜଣ ଯୁବକଙ୍କୁ ଧରିବାରେ ସଫଳ ହୋଇଛନ୍ତି। ଗିରଫ ୨ ଅଭିଯୁକ୍ତ ହେଲେ ମୈଦଲପୁର ଗାଁର ବନମାଳୀ ପୁଝାରୀ(୫୮) ଏବଂ ଗୋପିଗୁଡା ଗାଁର ମୀନ ମାଝୀ (୪୭)।
ଆମପାଣି ଫରେଷ୍ଟର ଜଗନ୍ନାଥ ନାଗଙ୍କ କହିବା ମୁତାବକ, ମଙ୍ଗଳବାର ରାତିରେ ଦୁଇ ଜଣ ଯୁବକ ଏକ ବାଇକ୍ରେ ବାର୍ହା ମାଂସ ନେଇ ଯାଉଥିବା ବନ ବିଭାଗକୁ ଖବର ମିଳିଥିଲା। ଏନେଇ ବନ ବିଭାଗର ଏକ ଟିମ୍ ଆମପାଣି ଗ୍ରାମ ନିକଟରେ ବାଇକ୍କୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ କର୍ମଚାରୀମାନେ ଏକ ବ୍ୟାଗରେ ଭର୍ତ୍ତି ଥିବା ୫ କେଜି ବାର୍ହା ମାଂସ ଜବତ କରି ବନମାଳୀ ଏବଂ ମୀନଙ୍କୁ ଗିରଫ କରିଥିଲେ। ଗିରଫ ଅଭିଯୁକ୍ତମାନେ ଶିକାରୀଙ୍କଠାରୁ ବାର୍ହା ମାଂସ କିଣି ନେଉଥିବା ଜଣାପଡିଛି। ତେବେ ସେମାନେ କେଉଁଠାରୁ ମାଂସ ଆଣୁଥିଲେ ତାହା ସ୍ପଷ୍ଟ ହୋଇନାହିଁ। ଏନେଇ ତଦନ୍ତ ଚାଳିଥିବା ଫରେଷ୍ଟର କହିଛନ୍ତି। ତେବେ ସାହାଜଖୋଲ ସଂରକ୍ଷିତ ଜଙ୍ଗଲରୁ ବନ୍ୟଜନ୍ତୁ ଶିକାର ହେଉଥିବା ଅଭିଯୋଗ ହୋଇଛି। ସାହାଜଖୋଲ ଜଙ୍ଗଲ ବ୍ୟାପକ ନଷ୍ଟ ଯୋଗୁଁ ଖାଦ୍ୟ ଅଭାରୁ ବନ୍ୟଜନ୍ତୁ ଗାଁ ମୁହାଁ ହେଉଥିବା ବେଳେ କିଛି ଶିକାରୀ ଦୀର୍ଘ ଦିନ ହେଲା ବନ୍ୟଜନ୍ତୁଙ୍କ ଶିକାର କରି ମାଂସ ବିକ୍ରି କରୁଥିବା ଜଣାପହଇଛି। ଏ ଦିଗରେ ବନ ବିଭାଗ ଦୃଷ୍ଟି ଦେବାକୁ ସ୍ଥାନୀୟ ଲୋକେ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.