E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ରାଜ୍ୟରେ ୮ରୁ ବଢ଼ିବ ବର୍ଷା
9:07 amJune 7, 2021

ଭୁବନେଶ୍ୱର,୭।୬(ବ୍ୟୁରୋ): ବିହାରର ଦକ୍ଷିଣ ଅଞ୍ଚଳ ଓ ଏହାର ଆଖପାଖରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। କୋରାପୁଟର ଲମତାପୁଟ, ସିମିଳିଗୁଡ଼ା, ପଟାଙ୍ଗୀ, ମୟୂରଭଞ୍ଜର ଚନ୍ଦନପୁର ଓ ବାଲେଶ୍ୱରର ରାଜଘାଟରେ ସ୍ବଳ୍ପ ଧରଣର ବର୍ଷା ରେକର୍ଡ କରାଯାଇଛି। ୮ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିପାରେ ଓ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ହୋଇପାରେ। ପ୍ରବଳ ବର୍ଷା ନେଇ ଏହି ୪ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୯ ତାରିଖରୁ ରାଜ୍ୟର ସମସ୍ତ ଜିଲାରେ ବର୍ଷାର ପରିମାଣ ବଢ଼ିପାରେ। ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ଉତ୍ତର ଉପକୂଳ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। କିନ୍ତୁ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଏହି ୫ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ସେହିଦିନ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ ଜିଲାରେ ଝଡ଼ତୋଫାନ ଓ ବଜ୍ରପାତ ହେବାର ମଧ୍ୟ ଆଶଙ୍କା ରହିଛି। ତେବେ ୧୦ତାରିଖରେ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, ଢେଙ୍କାନାଳ, ପୁରୀ, ଗଞ୍ଜାମ, କନ୍ଧମାଳ ଓ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ କେନ୍ଦ୍ର ଏସବୁ ଜିଲାକୁ ସତର୍କ ସୂଚନା ଜାରି କରିବା ସହିତ ୟେଲୋ ଓ୍ବାର୍ନିଂ ଜାରି କରିଛି। ସେପଟେ ରବିବାର ୫ସହରରେ ତାପାମାତ୍ରା ୪୦ଡିଗ୍ରୀ ଉପରେ ରହିଛି। ଟିଟିଲାଗଡ଼ରେ ସର୍ବାଧିକ ୪୨.୪ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୁନ୍ଦରଗଡ଼, ବଲାଙ୍ଗୀର ୪୧, ବୌଦ୍ଧ ଓ ଭବାନିପାଟଣାରେ ୪୦ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଦୁଗ୍ଧ ଚାଷୀଙ୍କୁ ମିଳିବ ୬୦୦୦ ଟଙ୍କା

ଭୁବନେଶ୍ୱର,୨୪।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓମ୍‌ଫେଡ୍‌ ଦୁଗ୍ଧ ଚାଷୀଙ୍କ ପାଇଁ ଗୁରୁବାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି । ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ବାବଦକୁ ସର୍ବାଧିକ...

ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ

ରାୟଗଡ଼ା ଅଫିସ/ଗୁଣପୁର,୧୯ା୬: ଗଞ୍ଜାମ, କୋରାପୁଟ ସମେତ ରାୟଗଡ଼ା ଜିଲାରେ ୧୭ ତାରିଖରୁ ୪ର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେ ଆରମ୍ଭ ହୋଇଥିଲା। ରାୟଗଡ଼ା ଜିଲାରେ ଶନିବାର...

ନିରଞ୍ଜନ ସେଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୧।୬(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ଏହାପରେ ତାଙ୍କ ସ୍ଥାନରେ ଏବେ ନୀରଞ୍ଜନ ସେଠୀ...

ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ

କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...

ମାଗଣା ଟିକା ଘୋଷଣା: ପ୍ରଧାନମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ବାଗତ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦେଶବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କୁ ମାଗଣା ଟିକା ପ୍ରଦାନ ଏବଂ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାର ସମ୍ପ୍ରସାରଣ ଘୋଷଣା...

ଗୋରୁ ଗୋଠ ଉପରେ ବଜ୍ରପାତ

ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି।...

୧୯ ମାଛ ୧୮.୬୫ ଲକ୍ଷ

ପାରାଦୀପ,୨୩ା୬(ସ୍ବ.ପ୍ର.): ପାରାଦୀପ ନିକଟ ସମୁଦ୍ରରୁ ମଙ୍ଗଳବାର ୧୯ଟି ତେଲିଆ ବୋରେଇ ମାଛ ମିଳିଛି। ସେଗୁଡିକ ମଧ୍ୟରେ ୪ଟି ମାଛ ୩୦ କିଲୋ ଓଜନର ହୋଇଥିବା ବେଳେ...

ଓଡ଼ିଶାରେ ଡେଲଟା ପ୍ଲସ

ଭୁବନେଶ୍ୱର,୨୫।୬: ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ ମାମଲା ଚିହ୍ନଟ ହୋଇଛି। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଦେଶରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଲିଭିଏରା ଜିତିଲେ ମୋଟୋ ଜିପି
Next Post Next post:
ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୦୦୦ ଟପିଲା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts