ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଲଘୁଚାପ ଓ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୨୫.୪ ମି.ମି. ବର୍ଷା ରେକର୍ଡ କରାଯାଇଛି। ଶନିବାର ମଧ୍ୟ ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼ ଓ ଅନୁଗୋଳ ଆଦି ୬ଟି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ଢେଙ୍କାନାଳ, କଟକ ଓ ଦେବଗଡ଼ ଆଦି ୮ ଜିଲାକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ତେବେ ଅନ୍ୟସବୁ ଜିଲାର କିଛି ସ୍ଥାନରେ ମଧ୍ୟ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ରବିବାର ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ ଓ ବୌଦ୍ଧ ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏ ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଦିନ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କଟକ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି ଓ ଏସବୁ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ରଜରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ତେବେ ରାଜ୍ୟରେ ସମ୍ଭାବ୍ୟ ପ୍ରବଳ ବର୍ଷା ଯୋଗୁ ସୃଷ୍ଟ ସ୍ଥିତିର ମୁକାବିଲା ପାଇଁ ଆବଶ୍ୟକ ପ୍ରସ୍ତୁତି ସାରିବାକୁ ସ୍ବତନ୍ତ୍ର ରିଲିଫ୍ କମିଶନର(ଏସ୍ଆର୍ସି) ପ୍ରଦୀପ ଜେନା ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଖୁସି ଖବର: ଆଜି ୩୦୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୯୧୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୯୩,୫୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା...
କରୋନା ତୃତୀୟ ଲହର ଚିନ୍ତା: ପ୍ରଭାବିତ ହୋଇପାରନ୍ତି ଶିଶୁ; ପୂର୍ବରୁ ପ୍ରସ୍ତୁତ ରହିବା ଉପରେ ମୁଖ୍ୟମନ୍ତ୍ରୀ ଦେଲେ ଗୁରୁତ୍ୱ
ଭୁବନେଶ୍ୱର,୮।୬(ବ୍ୟୁରୋ): ଦ୍ୱିତୀୟ ଲହର ପରେ ଏବେ କରୋନାର ତୃତୀୟ ଲହର ଚିନ୍ତା। ଏସବୁ ମଧ୍ୟରେ ମଙ୍ଗଳବାର ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ଭିଡିଓ କନ୍ଫେରେନ୍ସି ଜରିଆରେ...
ରସୁଲଗଡ଼ ଓଭରବ୍ରିଜ୍ରେ ଦୁର୍ଘଟଣା: ପିସିଆର ଭ୍ୟାନକୁ ପଛରୁ ପିଟିଲା ଟ୍ରକ, ୨ ପୋଲିସ କର୍ମଚାରୀ ଆହତ
ଭୁବନେଶ୍ୱର,୧୬ା୬(ବ୍ୟୁରୋ): ରସୁଲଗଡ଼ ଓଭରବ୍ରିଜ ଉପରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ପିସିଆର ଭ୍ୟାନକୁ ପଛ ପଟୁ ଏକ ମାଲ୍ବୋଝେଇ ଟ୍ରକ୍ ଧକ୍କା ଦେବାରୁ ଦୁର୍ଘଟଣାରେ ୨...
ରାଜ୍ୟରେ ୪୦ ତଳେ କରୋନା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର ସାମାନ୍ୟ ଆଶ୍ୱସ୍ତିକର ଖବର ମିଳିଛି। ଆଜି...
କରୋନା ଛଡ଼ାଇନେଲା ଜୀବିକା
ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍ଡାଉନ ରହିଛି। ପୂର୍ବରୁ ଲକ୍ଡାଉନ ସମୟରେ କେବଳ ୪ଘଣ୍ଟା...
ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ
ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ...
ଦ୍ୱିତୀୟ ଡୋଜ୍ ପାଇଁ ହିତାଧିକାରୀ ହଟହଟା
ଭୁବନେଶ୍ୱର, ୮।୬ (ବ୍ୟୁରୋ): ଟିକା ଅଭାବର ବିକଳ୍ପ ପନ୍ଥା ବାହାର କରାଯିବା ପରେ ୧୮ରୁ ୪୪ ବର୍ଷୀୟ ହିତାଧିକାରୀଙ୍କ ପାଇଁ ସୋମବାରଠାରୁ ଟିକାକରଣ ଆରମ୍ଭ ହୋଇଛି।...
୨ ଦିନ ବର୍ଷା
ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ଏକ ଟ୍ରପ୍ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ...


