ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଲଘୁଚାପ ଓ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୨୫.୪ ମି.ମି. ବର୍ଷା ରେକର୍ଡ କରାଯାଇଛି। ଶନିବାର ମଧ୍ୟ ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼ ଓ ଅନୁଗୋଳ ଆଦି ୬ଟି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ଢେଙ୍କାନାଳ, କଟକ ଓ ଦେବଗଡ଼ ଆଦି ୮ ଜିଲାକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ତେବେ ଅନ୍ୟସବୁ ଜିଲାର କିଛି ସ୍ଥାନରେ ମଧ୍ୟ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ରବିବାର ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ ଓ ବୌଦ୍ଧ ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏ ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଦିନ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କଟକ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି ଓ ଏସବୁ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ରଜରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ତେବେ ରାଜ୍ୟରେ ସମ୍ଭାବ୍ୟ ପ୍ରବଳ ବର୍ଷା ଯୋଗୁ ସୃଷ୍ଟ ସ୍ଥିତିର ମୁକାବିଲା ପାଇଁ ଆବଶ୍ୟକ ପ୍ରସ୍ତୁତି ସାରିବାକୁ ସ୍ବତନ୍ତ୍ର ରିଲିଫ୍ କମିଶନର(ଏସ୍ଆର୍ସି) ପ୍ରଦୀପ ଜେନା ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
୫ଦିନ ବନ୍ଦ ରହିବ ରାଜଧାନୀର ଏସବୁ ମାର୍କେଟ
ଭୁବନେଶ୍ୱର, ୨୬।୬ (ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୟୁନିଟ-୪ ଆମିଷ ମାର୍କେଟ ଓ ବାପୁଜୀ ନଗର ମାର୍କେଟକୁ ଆସନ୍ତା ଜୁଲାଇ ୧ ତାରିଖ...
ବିଦେଶରେ ପଢିବା ପାଇଁ ଯିବାକୁ ଥିବା ଛାତ୍ରୀଛାତ୍ରଙ୍କୁ ମିଳିବ ଟିକା
ଭୁବନେଶ୍ୱର, ୫।୬ (ବ୍ୟୁରୋ): ବିଦେଶକୁ ଯାଇ ପାଠ ପଢିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। କରୋନା ମହାମାରୀ ସମୟରେ ବିଦେଶ...
ମନ କିଣୁଛି କିଚେନ ଗାର୍ଡେନ
କାମାକ୍ଷାନଗର, ୫।୬ ଗୁଣ୍ଠେରୁ ସାମାନ୍ୟ ଅଧିକ ଜମି। ସବୁଜ କିଆରିରେ ଭରପୂର। କେଉଁଠି ଭେଣ୍ଡି ତ ଆଉ କେଉଁଠି ଜହ୍ନି। ଗୁଆଁର, ବାଇଗଣ, ଝୁଡ଼ଙ୍ଗ, ଅମୃତଭଣ୍ଡା...
ବଢୁଛି ଅନ୍ଲକ୍ ସମ୍ଭାବନା
ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ରାଜ୍ୟରେ ତଳମୁହାଁ ହେଉଛି କରୋନା ସଂକ୍ରମଣ। ଅନେକ ଜିଲାରେ ସଂକ୍ରମଣ ହାର କମ୍ ରହୁଥିବାରୁ ଆସନ୍ତା ୧୭ତାରିଖ ସକାଳ ୫ଟାରେ ଲକ୍ଡାଉନ ଶେଷ...
ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ
ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ।...
ଅପହୃତା ନାବାଳିକାଙ୍କୁ ଖୋଜୁନି ପୋଲିସ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ନାବାଳିକା ଝିଅକୁ ଅପହରଣ କରାଯାଇଥିବା ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି ବିଧବା ମା’। ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରିଥିଲେ ମଧ୍ୟ...
ଦାନ ମାଝିଙ୍କ ଝିଅ ମାଟ୍ରିକ ପାସ୍ କଲେ
ଭୁବନେଶ୍ୱର,୨୫।୬: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସେସ୍(କିସ୍)ରେ ପଢୁଥିବା ବହୁ...
ଆହୁରି ୩ ଦିନ ବର୍ଷା
ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା...


