ଝାରସୁଗୁଡ଼ା ଅଫିସ୍,୧୩।୬: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ତାଳବେର୍ଣ୍ଣା ଗ୍ରାମର ଏକ ପୋଖରୀରେ ରବିବାର ପଦ୍ମଫୁଲ ତୋଳିବାକୁ ଯାଇଥିବା ଜଣେ ବ୍ୟକ୍ତି ପାଣିରେ ବୁଡି ପ୍ରାଣ ହରାଇଛନ୍ତି। ମୃତକ ହେଲେ ଚାରପାଲି ନୂଆଗାଁର ଯୁଧିଷ୍ଟିର ରୋହିଦାସ(୪୮)। ଏନେଇ ତାଙ୍କ ପୁଅ ସୁଧୀର ରୋହିଦାସ କୁମ୍ଭାରବନ୍ଧ ଫାଣ୍ଡିରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ବନହରପାଲି ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୯/୨୧) ରୁଜୁ କରି ତଦନ୍ତ ଚଳାଇଛି ା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି । ଯୁଧିଷ୍ଟିର ପଦ୍ମଫୁଲ ଓ ଏହାର କନ୍ଦା କାଢିବା ପାଇଁ ପୋଖରୀରେ ପଶିଥିଲେ। ହେଲେ କୌଣସି କାରଣକୁ ନେଇ ସେ ପାଣିରେ ବୁଡିଯାଇଥିଲେ। ପୋଖରୀ ତୁଠରେ ଗାଧୋଉଥିବା ଲୋକେ ଏହା ଦେଖି ଗାଁ ଲୋକଙ୍କୁ ଖବର ଦେଇଥିଲେ। ଲୋକେ ପହଞ୍ଚି ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣ କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.