ବାଣପୁର,୧୩ା୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଆୟତପୁର ପଞ୍ଚାୟତର ପାତ୍ରପୁର ଗ୍ରାମର ଯଦୁମଣି ନାୟକ(୪୫)। ସ୍ତ୍ରୀ ସୁକୁମାରୀ, ଗୋଟିଏ ଝିଅ ଓ ପୁଅ ଏବଂ ବିଧବା ମା’ଙ୍କୁ ନେଇ ତାଙ୍କ ପରିବାର। ବାହାର ରାଜ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରି ପରିବାର ଚଳାଇଥାନ୍ତି। ହଠାତ୍ ତାଙ୍କ ଶରୀର ଅସୁସ୍ଥ ହେବାରୁ ଗଁାକୁ ଫେରି ଆସିଥିଲେ। ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସା କରାଇଥିଲେ ମଧ୍ୟ ରୋଗ ସମ୍ପର୍କରେ ଜାଣିପାରି ନ ଥିଲେ। ପରେ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଦେଖାଇବା ପରେ ତାଙ୍କ ପେଟରେ ଏକ ଟ୍ୟୁମର ଥିବା ଜଣାପଡ଼ିଥିଲା। ଘର ବନ୍ଧା ପକାଇବା ସହ ରଖିଥିବା ସଞ୍ଚିତ ଟଙ୍କା ଯଦୁମଣିଙ୍କ ଚିକିତ୍ସାରେ ଖର୍ଚ୍ଚ ସାରିଲେଣି। ଘରର ଏକମାତ୍ର ରୋଜଗାରିଆ ଯଦୁମଣି ପ୍ରାୟ ୫ବର୍ଷ ହେବ ଜୀବନ ସହ ସଂଘର୍ଷ କରୁଛନ୍ତି। ଫଳରେ ପରିବାର ଚଳିବା କଷ୍ଟକର ହୋଇପଡିଛି। ଭୋକ ଉପାସରେ ସ୍ବାମୀର ଚିକିତ୍ସା ପାଇଁ ସ୍ତ୍ରୀ ସୁକୁମାରୀ ଏ ମେଡିକାଲରୁ ସେ ମେଡିକାଲକୁ ଦୌଡୁଛନ୍ତି। ଟ୍ୟୁମରର ଅପରେଶନ ପାଇଁ ସ୍ଥାନୀୟ ଜନପ୍ରତିନିଧି ଓ ପ୍ରଶାସନିକ ଅଧିକାରୀଙ୍କୁ ସହାୟତା ପାଇଁ ନିବେଦନ କରିଥିଲେ ମଧ୍ୟ ମିଳିଲା ନାହିଁ। ଅର୍ଥାଭାବ ତାଙ୍କ ଚିକିତ୍ସାରେ ବାଧକ ସାଜିଛି। ଅନ୍ୟପଟେ ଆର୍ଥିକ ଅନଟନ ଯୋଗୁୁ ପିଲାଙ୍କ ପାଠପଢ଼ାରେ ଡୋରି ବନ୍ଧା ହେବାକୁ ବସିଲାଣି। ଓଳିଏ ଖାଇଲେ ଓଳିିଏ ଉପବାସ ରହିବାକୁ ପଡୁଛି। ଫଳରେ ପରିବାର ଲୋକେ ଭାଗ୍ୟକୁ ଆଦରି ରହିଛନ୍ତି। ସରକାରୀ, ସାମାଜିକ ଅନୁଷ୍ଠାନ କିମ୍ବା ସହୃଦୟ ବ୍ୟକ୍ତି ସହାୟତା କଲେ ତାଙ୍କର ଅପରେଶନ ହୋଇପାରିବ ବୋଲି ଯଦୁମଣି କହିଛନ୍ତି।
Posted inଆମ ଜିଲା ଖବର, ଖୋର୍ଦ୍ଧା View All
ନୂଆ ରୂପ ନେବ କୋଇଲା ନଗରୀ
ଅନୁଗୋଳ ଅଫିସ, ୯ା୬ ଅମିତ କୁମାର ସାମଲ – କଳାହୀରାର ସହର ତାଳଚେରର ହେବ ନବକଳେବର। ନୂଆରୂପ ପାଇବ କୋଇଲା ନଗରୀ। ଆଖି ଝଲସାଇଦେଲା ଭଳି...
ଗୋଟିଏ ଜୁଇରେ ୧୦ କୋଭିଡ୍ ମୃତଦେହ ସତ୍କାର ଘଟଣା ହାଇକୋର୍ଟରେ ମାମଲା
କଟକ ଅଫିସ,୨୨।୬: ବଲାଙ୍ଗୀରରେ ଗୋଟିଏ ଜୁଇରେ ୧୦ କୋଭିଡ୍ ସଂକ୍ରମିତଙ୍କ ମୃତଦେହ ସତ୍କାର ଏବଂ ବାରିପଦା କୋଭିଡ୍ ହସ୍ପିଟାଲରେ ଅବ୍ୟବସ୍ଥା ଘଟଣାକୁ ନେଇ ସୋମବାର ହାଇକୋର୍ଟରେ...
ଆନ୍ଧ୍ରକୁ ଋଷିକୂଲ୍ୟା ନଦୀରୁ ବାଲି ଚୋରା ଚାଲାଣ: ଚଢାଉରେ ୩୦ ଗାଡ଼ି ଜବତ
ଛତ୍ରପୁର,୧।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀରୁ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଛି। ଏହି ଚୋରା ଚାଲାଣ ପ୍ରାୟ ରାତ୍ର ସମୟରେ ଚାଲୁଥିବା...
୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ
ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ...
ଡରାଇଲାଣି ଲଘୁଚାପ, ୧୧ରୁ ସମୁଦ୍ର ମନା
ଭୋଗରାଇ, ୯।୬(ଡି.ଏନ.ଏ.)-ସାମୁଦ୍ରିକ ଝଡ଼ ‘ୟାସ୍’ର ଭୟଙ୍କର ଦୃଶ୍ୟ ମନରୁ ଲିଭି ନ ଥିବା ବେଳ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ବଳୟ ସୃଷ୍ଟି ହୋଇ...
ମା’ଙ୍କ ସୁଦ୍ଧି କ୍ରିୟାରେ ଭୋଜି ନ କରି ବୃଦ୍ଧାଶ୍ରମରେ ବାଣ୍ଟିଲେ ଶୁଖିଲା ଖାଦ୍ୟ
ମାଲକାନଗିରି,୬ା୬: ମାଲକାନଗିରି ଜିଲା ସଦର ବ୍ଲକ ଏମଭି-୮୪ ଗ୍ରାମର ସଞ୍ଜୟ ଢାଲି ତାଙ୍କ ମା’ଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଜ୍ଞାତି କୁଟୁମ୍ବ, ଅତିଥିମାନଙ୍କୁ ନିମନ୍ତ୍ରଣ କରି...
ବିଆର୍ପିଏଲ୍ରେ ଏସ୍ପିସିବିର ତଦନ୍ତ ଆଜି
ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍ପିଏଲ୍) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...
ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ
ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ...


