ବର୍ମିଂହମ, ୧୦।୬: ଟେଷ୍ଟ କ୍ରିକେଟରେ ସର୍ବାଧିକ ଉଇକେଟ ହାସଲକାରୀ ବୋଲରଙ୍କ ତାଲିକାରେ ୬୧୯ ଉଇକେଟ ସହ ତୃତୀୟ ସ୍ଥାନରେ ରହିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ଅନିଲ କୁମ୍ବଲେ। ତାଙ୍କୁ ପଛରେ ପକାଇବା ପାଇଁ ଇଂଲଣ୍ଡର କିମ୍ବଦନ୍ତୀ ପେସର ଜେମ୍ସ ଆଣ୍ଡରସନଙ୍କୁ ମାତ୍ର ୪ ଉଇକେଟ ଦରକାର। ୧୬୧ ଟେଷ୍ଟ ଖେଳିଥିବା ଆଣ୍ଡରସନଙ୍କ ନାମରେ ରହିଛି ୬୧୬ ଉଇକେଟ। ବର୍ତ୍ତମାନ ବର୍ମିଂହମଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ ୩୮ ବର୍ଷୀୟ ଆଣ୍ଡରସନ ଏହି ରେକର୍ଡ ଭାଙ୍ଗି ପାରନ୍ତି।
ଉଲ୍ଲେଖଯୋଗ୍ୟ, ପେସରଙ୍କ ମଧ୍ୟରେ ଆଣ୍ଡରସନଙ୍କ ନାମରେ ରହିଛି ସର୍ବାଧିକ ଉଇକେଟ ନେବାର ରେକର୍ଡ। ତେବେ ଟେଷ୍ଟ କ୍ରିକେଟ ଇତିହାସରେ ଶ୍ରୀଲଙ୍କାର ମୁଥିଆ ମୁରଲିଧରଣ ସର୍ବାଧିକ ୮୦୦ ଉଇକେଟ ନେଇଛନ୍ତି। ତାଙ୍କ ପଛକୁ ୭୦୮ ଉଇକେଟ ସହ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଅଷ୍ଟ୍ରେଲିଆର ଶେନ ଓ୍ବର୍ନ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.