Categories: ଜାତୀୟ

ପୁଣି ରାଜ୍ୟ ହେବ ଜମ୍ମୁ-କଶ୍ମୀର

ନୂଆଦିଲ୍ଲୀ,୨୪।୬: ଜମ୍ମୁ-କଶ୍ମୀର ପୁଣି ଥରେ ରାଜ୍ୟ ଭାବେ ପରିଗଣିତ ହେବ। ଏ ନେଇ ଉଚିତ ସମୟକୁ ଅପେକ୍ଷା କରିବାକୁ ପଡ଼ିବ। ବର୍ତ୍ତମାନ ଦୁଇ କେନ୍ଦ୍ର ଶାସିତ ଅଞ୍ଚଳର ସୀମା ନିର୍ଦ୍ଧାରଣ ଚାଲିଛି। ଏହା ଶେଷ ହେଲା ପରେ ନିର୍ବାଚନ ହେବ। ଉପତ୍ୟକାରେ ଗଣତାନ୍ତ୍ରିକ ପ୍ରକ୍ରିୟାକୁ ଶକ୍ତିଶାଳୀ କରିବାକୁ ଆମେ ପ୍ରାଥମିକତା ଦେଉଛୁ। ଗୁରୁବାର ଜମ୍ମୁ-କଶ୍ମୀରର ପ୍ରମୁଖ ରାଜନୈତିକ ଦଳ ସହ ଆୟୋଜିତ ବୈଠକରେ ଯୋଗଦେଇ ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଏହି ବୈଠକରେ ୪ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମେତ ୮ ରାଜନୈତିକ ଦଳର ୧୪ ପ୍ରମୁଖ ନେତା ଯୋଗଦେଇଥିଲେ। ଉପତ୍ୟକାରେ ରାଜନୈତିକ ପ୍ରକ୍ରିୟାକୁ ଫେରାଇ ଆଣିବା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ୨୦୧୯ରେ ସମ୍ବିଧାନର ୩୭୦ ଧାରା ଉଚ୍ଛେଦ ପରେ ଜମ୍ମୁ-କଶ୍ମୀର ରାଜ୍ୟ ମାନ୍ୟତା ହରାଇବା ସହ ଉପତ୍ୟକାରେ ସମସ୍ତ ରାଜନୈତିକ ପ୍ରକ୍ରିୟାରେ ପୂର୍ଣ୍ଣଛେଦ ପଡ଼ିଥିଲା।

ବୈଠକ ପରେ ଫାରୁକ୍‌ ଅବଦୁଲା କହିଛନ୍ତି, ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ମାନ୍ୟତା ଫେରାଇ ଆଣିବା ପାଇଁ ତାଙ୍କ ଦଳ ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଆଇନଗତ ଲଢ଼େଇ ଜାରି ରଖିବ। କଶ୍ମୀରରେ ସୃଷ୍ଟି ହୋଇଥିବା ଅନାସ୍ଥା ଭାବକୁ ତୁରନ୍ତ ଦୂର କରାଯାଉ। ଏଥିପାଇଁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ରାଜ୍ୟ ମାନ୍ୟତା ଫେରାଇବା ଦିଗରେ କାର୍ଯ୍ୟ କରନ୍ତୁ। ଆମର ଏହି ଦାବି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଜଣାଇଛୁ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.