ବ୍ରହ୍ମପୁର ଅଫିସ,୫ା୬: ଜନୈକା ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ପନ୍ଦରାସାହିର ଦୀପକ କୁମାର ବାଡ଼ତ୍ୟା। ପୋଲିସ ଉଭୟଙ୍କର ଏମ୍କେସିଜି ମେଡିକାଲରେ ଡାକ୍ତରୀମାଇନା କରାଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୧୦/୨୧) ରୁଜୁ କରି ଗିରଫ ଦୀପକଙ୍କୁ ଶନିବାର କୋର୍ଟ ଚାଲାଣ କରିଛି।
ଅଭିଯୋଗ ମୁତାବକ, ଦୀପକ ବିବାହିତ ଥିବା ସତ୍ତ୍ୱେ ୨୦୧୮ରେ ଏକ ପରିବାର ସହିତ ପରିଚିତ ହୋଇଥିଲେ। ସମ୍ପୃକ୍ତ ପରିବାର ଗରିବ ଶ୍ରେଣୀର ହୋଇଥିବା ବେଳେ ତାଙ୍କର ଜଣେ ନାବାଳିକା ଝିଅଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ପରେ ସେ ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏପରିକି ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ କରିଥିଲେ ଦୀପକ। ପରବର୍ତ୍ତୀ ସମୟରେ ଦୀପକ ନାବାଳିକାଙ୍କୁ ବିବାହ କରିବାକୁ ମନା କରିଦେଇଥିଲେ।
କିଛିଦିନ ତଳେ ନାବାଳିକାଙ୍କ ଏକ ବିବାହ ପ୍ରସ୍ତାବ ଆସିଥିଲା। ଜଣେ ଯୁବକଙ୍କ ସହିତ ତାଙ୍କର ନିର୍ବନ୍ଧ ପାଇଁ ଯୋଜନା ଚାଲିଥିବା ଖବର ପାଇ ଥିଲେ ଦୀପକ। ଏଭଳିସ୍ଥିତିରେ ଦୀପକ ଅଶ୍ଳୀଳ ଭିଡ଼ିଓକୁ ସୋସିଆଲ ମିଡିଆରେ ପୋଷ୍ଟ କରି ଦେଇଥିଲେ। ଯାହାକି ଭାଇରାଲ୍ ହୋଇଥିଲା। ଏହା ଜାଣିବା ପରେ ପୀଡ଼ିତାଙ୍କ ମା’ ଥାନାରେ ଅଭିଯୋଗ କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.