ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୨ ରନ୍ର ଅଗ୍ରଣୀ ହାସଲ କରିଛି। ଏହା ପଛରେ ହାତ ଥିଲା ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନଙ୍କ। ପୂରା ଇନିଂସରେ ଖୁଣ୍ଟ ଭଳି ଖେଳୁଥିବା ଓ୍ବିଲିୟମସନ ଅର୍ଦ୍ଧଶତକ ପୂରଣ କରିପାରି ନ ଥିଲେ। ଅଭିଜ୍ଞ ଭାରତୀୟ ପେସର ଇଶାନ୍ତ ଶର୍ମାଙ୍କ ବଲରେ ସ୍ଲିପ ଅଞ୍ଚଳରେ ଫିଲ୍ଡିଂ କରୁଥିବା ବିରାଟ କୋହଲିଙ୍କ ହାତରେ କ୍ୟାଚ୍ ଦେଇ ଆଉଟ୍ ହୋଇଥିଲେ ଓ୍ବିଲିୟମସନ (୪୯ ରନ୍)। ଆଉଟ୍ ହେବା ପୂର୍ବରୁ ୧୭୭ ବଲ ଖେଳିଥିଲେ ଏହି ବ୍ୟାଟ୍ସମ୍ୟାନ। ତାଙ୍କ ପରେ ନେଲ ଓ୍ବାଗନର(୦) ଓ ଟିମ ସୌଦି (୩୦)ଙ୍କୁ ଆଉଟ୍ କରିଥିଲେ ଦୁଇ ସ୍ପିନର। ଫଳରେ ୨୪୯ ରନ୍ରେ ଅଟକି ଯାଇଛି ନ୍ୟୁଜିଲାଣ୍ଡର ପ୍ରଥମ ଇନିଂସ। ଭାରତ ପାଇଁ ମହମ୍ମଦ ଶାମି ସର୍ବାଧିକ ୪, ଇଶାନ୍ତ ଶର୍ମା ୩, ରବିଚନ୍ଦ୍ରନ ଅଶ୍ୱିନ ୨ ଓ ରବୀନ୍ଦ୍ର ଜାଡେଜା ଗୋଟିଏ ଉଇକେଟ ନେଇଥିଲେ।
ଏହି ଖେଳାଳିଙ୍କ ଉପରେ ଲାଗିଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇଲା ବିସିସିଆଇ; ପୁଣି ଖେଳି ପାରିବେ…
ମୁମ୍ବାଇ,୧୬।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଙ୍କିତ ଚାଭାନଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇବାକୁ ନିଷ୍ପତ୍ତି ନେଇଛି। ଏଣୁ ମୁମ୍ବାଇର ଏହି ସ୍ପିନର ଏବେ...
ବୋପାନ୍ନା-ସ୍କୁଗୋର ଦ୍ୱିତୀୟ ରାଉଣ୍ଡରେ
ପ୍ୟାରିସ୍, ୨ା୬ (ପି.ଟି.)-ଭାରତର ରୋହନ ବୋପାନ୍ନା ଓ କ୍ରୋଏସିଆର ଫ୍ରାଙ୍କୋ ସ୍କୁଗୋର ଫ୍ରେଞ୍ଚ ଓପନ୍ ଟେନିସ୍ ପୁରୁଷ ଡବଲ୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ମଙ୍ଗଳବାର...
ଆଇସିୟୁରେ ମିଲ୍ଖାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଫୋନ୍ରେ କଥା ହେଲେ ପ୍ରଧାନମନ୍ତ୍ରୀ
ଚଣ୍ଡିଗଡ,୫।୬(ପି.ଟି.): କିମ୍ବଦନ୍ତୀ ଭାରତୀୟ ଆଥଲେଟ୍ ମିଲ୍ଖା ସିଂ କୋଭିଡ୍-୧୯ ଲଢେଇ ଜାରି ରଖିଛନ୍ତି। ସ୍ଥାନୀୟ ପିଜିଆଇଏମ୍ଇଆର ହସ୍ପିଟାଲର ଇଣ୍ଟେନସିଭ କେୟାର ୟୁନିଟ୍ (ଆଇସିୟୁ)ରେ ତାଙ୍କୁ ଭର୍ତ୍ତି...
ଗର୍ଭବତୀ ପ୍ରେମିକାଙ୍କୁ ଦେଖି ଭାବପ୍ରବଣ ହେଲେ ଏହି କ୍ରିକେଟର୍
କରୋନା ଯୋଗୁ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜିନକୁ ସ୍ଥଗିତ ରଖାଯାଇଛି। ଏହି ଲିଗ ଅଧାରୁ ସ୍ଥଗିତ ରଖିବା ପରେ ଯାତ୍ରା ପ୍ରତିବନ୍ଧକ ଯୋଗୁ ଅଷ୍ଟ୍ରେଲିଆ...
ଓ୍ବିମ୍ବେଲଡନରୁ ଓହରିଲେ, ଅଲିମ୍ପିକ୍ସରେ ଭାଗନେବେ ଓସାକା
ଲଣ୍ଡନ,୧୯ା୬(ଏପି)-ଚାରିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ନାଓମି ଓସାକା ଓ୍ବିମ୍ବେଲଡନରୁ ଓହରିଯିବେ, କିନ୍ତୁ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବେ। ମହିଳା ଟେନିସ ଖେଳାଳିଙ୍କ ଏଜେଣ୍ଟ ଷ୍ଟୁଆର୍ଟ ଡଗୁଇଡ୍ ଏହି...
ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ବୋଲିଂ କରିବେ କି? ଟି୨୦ ବିଶ୍ୱକପ୍ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଲେ…
ନୂଆଦିଲ୍ଲୀ,୧୨।୬: କ୍ରିକେଟରେ ଦ୍ରୁତ ବୋଲର ଅଲରାଉଣ୍ଡର କମ୍ ଦେଖିବାକୁ ମିଳିଥାଏ। ଦଳରେ ଏଭଳି ଖେଳାଳି ଥିଲେ ଫାଇଦା ମିଳିଥାଏ। ଭାରତୀୟ କ୍ରିକେଟ ଟିମ୍ରେ ହାର୍ଦ୍ଦିକ ପାଣ୍ଡ୍ୟା...
ଏହି କ୍ରିକେଟର୍ଙ୍କ ହୃଦୟ ଭାଙ୍ଗିଲା: ୨୭ ଶତକ ମାରିବା ସତ୍ତ୍ୱେ ଦଳରରେ ମିଳିଲାନି ସୁଯୋଗ
ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ଗସ୍ତ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଛି। ୩ଟି ଏକଦିବସୀୟ ଏବଂ ୩ ଟି -୨୦ ମ୍ୟାଚ ପାଇଁ ଦଳର ଓପନର୍ ଶିଖର...
ଅପମାନଜନକ ଟୁଇଟ୍ ପାଇଁ ରବିନସନ୍ ସସ୍ପେଣ୍ଡ
ଲଣ୍ଡନ, ୮ା୬ (ଏପି)-ଇଂଲଣ୍ଡ ଫାଷ୍ଟ ବୋଲର ଓଲି ରବିନସନ୍ଙ୍କୁ ଅନ୍ତର୍ଜାତୀୟ କ୍ରିକେଟରୁ ସସ୍ପେଣ୍ଡ କରାଯାଇଛି। ୨୦୧୨-୧୩ରେ ସୋସିଆଲ ମିଡିଆରେ ସେ ଅପମାନଜନକ ଟୁଇଟ୍ ପୋଷ୍ଟ କରିଥିଲେ।...


