ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୨ ରନ୍ର ଅଗ୍ରଣୀ ହାସଲ କରିଛି। ଏହା ପଛରେ ହାତ ଥିଲା ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନଙ୍କ। ପୂରା ଇନିଂସରେ ଖୁଣ୍ଟ ଭଳି ଖେଳୁଥିବା ଓ୍ବିଲିୟମସନ ଅର୍ଦ୍ଧଶତକ ପୂରଣ କରିପାରି ନ ଥିଲେ। ଅଭିଜ୍ଞ ଭାରତୀୟ ପେସର ଇଶାନ୍ତ ଶର୍ମାଙ୍କ ବଲରେ ସ୍ଲିପ ଅଞ୍ଚଳରେ ଫିଲ୍ଡିଂ କରୁଥିବା ବିରାଟ କୋହଲିଙ୍କ ହାତରେ କ୍ୟାଚ୍ ଦେଇ ଆଉଟ୍ ହୋଇଥିଲେ ଓ୍ବିଲିୟମସନ (୪୯ ରନ୍)। ଆଉଟ୍ ହେବା ପୂର୍ବରୁ ୧୭୭ ବଲ ଖେଳିଥିଲେ ଏହି ବ୍ୟାଟ୍ସମ୍ୟାନ। ତାଙ୍କ ପରେ ନେଲ ଓ୍ବାଗନର(୦) ଓ ଟିମ ସୌଦି (୩୦)ଙ୍କୁ ଆଉଟ୍ କରିଥିଲେ ଦୁଇ ସ୍ପିନର। ଫଳରେ ୨୪୯ ରନ୍ରେ ଅଟକି ଯାଇଛି ନ୍ୟୁଜିଲାଣ୍ଡର ପ୍ରଥମ ଇନିଂସ। ଭାରତ ପାଇଁ ମହମ୍ମଦ ଶାମି ସର୍ବାଧିକ ୪, ଇଶାନ୍ତ ଶର୍ମା ୩, ରବିଚନ୍ଦ୍ରନ ଅଶ୍ୱିନ ୨ ଓ ରବୀନ୍ଦ୍ର ଜାଡେଜା ଗୋଟିଏ ଉଇକେଟ ନେଇଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.