ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍ରେ କାମ କରି ବେଶ୍ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର କରନ ତାଙ୍କ ପତ୍ନୀ ନିଶା ରାଓ୍ବଲଙ୍କ ସହ ଘରୋଇ ହିଂସା ଘଟାଇଥିବା ଅଭିଯୋଗରେ ମୁମ୍ବାଇ ପୋଲିସ ତାଙ୍କୁ ଗିରଫ କରିଥିଲା। ସୂଚନାଯୋଗ୍ୟ, ଗତ କିଛି ଦିନରୁ ଅଭିନେତା କରନ ଓ ନିଶା ରାଓ୍ବଲଙ୍କ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବା ନେଇ ଖବର ଆସିଥିଲା। କିନ୍ତୁ ଏହି ଅଭିଯୋଗକୁ ଦୁହେଁ ଖଣ୍ଡନ କରିଥିଲେ। ହେଲେ ସୋମବାର କରନ ନିଶାଙ୍କ ସହ ମାରପିଟ କରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ନିଶା ଗୋରେଗାଓଁ ପୋଲିସ ଥାନାରେ ଏକ ମାମଲା ରୁଜୁ କରିଥିଲେ। ଏହାପରେ ମୁମ୍ବାଇ ପୋଲିସ ତାଙ୍କୁ ଗିରଫ କରି ବୟାନ ରେକର୍ଡ କରିଥିଲା। ତେବେ କିଛି ସମୟ ପରେ କରନଙ୍କୁ ପୋଲିସ ଛାଡ଼ିଦେଇଥିବା ଜଣାପଡ଼ିଛି।
ପତ୍ନୀଙ୍କୁ କାମୁଡ଼ିଥିବା କୁକୁରକୁ ଗୁଳି କରି ହତ୍ୟା କଲେ ସ୍ବାମୀ
ଇନ୍ଦୋର,୩।୬: ପତ୍ନୀଙ୍କୁ କାମୁଡ଼ି କ୍ଷତାକ୍ତ କରି ଦେଇଥିଲା ପଡ଼ୋଶୀଙ୍କ ପୋଷା କୁକୁର। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ବାମୀ ଗୁଳିକରି ଉକ୍ତ କୁକୁରକୁ ହତ୍ୟା କରିଛନ୍ତି। ଅଭିଯୁକ୍ତଙ୍କୁ...
ରାଜ୍ୟର ପ୍ରଥମ ମୁସଲିମ୍ ମହିଳା ଡିଏସ୍ପି
ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍ସି)ର ୬୪ତମ କମ୍ପିଟେଟିଭ୍ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ...
ମୋଦିଙ୍କୁ ଭେଟିଲେ ନଡ୍ଡା
ନୂଆଦିଲ୍ଲୀ,୬।୬: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ସମସ୍ତ ଜାତୀୟ ସାଧାରଣ ସଚିବଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ତାଙ୍କ...
ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରୁହନ୍ତୁ ସରକାର…
ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ନେଇକଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...
ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ, ୧।୬: ଦ୍ୱାଦଶ ବୋର୍ଡ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବୈଠକ ବସିବ। ଏଥିରେ ପରୀକ୍ଷା ହେବ କି...
ଭାଜପାକୁ ଟକ୍କର ଦେଇପାରିବ ନାହିଁ ତୃତୀୟ ମୋର୍ଚ୍ଚା: ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୨୨।୬: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ତୃତୀୟ ମୋର୍ଚ୍ଚା ଗଠନକୁ ନେଇ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ୧୫ ଦିନ ମଧ୍ୟରେ ଦୁଇଥର ଜାତୀୟତାବାଦୀ କଂଗ୍ରେସ...
୩ କିଲୋମିଟର ଦୂର କାନ୍ଧରେ ବସି କନ୍ୟାଙ୍କ ଘରେ ପହଞ୍ଚିଲେ ବର, କାରଣ ଜାଣିଲେ…
ପାଟଣା,୭ା୬: ବିହାରର ବକ୍ସର ଜିଲାସ୍ଥିତ ଡୁନମରାଓ ଗାଁରେ କିଛିଦିନ ତଳେ ବର୍ଷା ହୋଇଥିଲା। ଗାଁ ରାସ୍ତାର ଅବସ୍ଥା ସମ୍ପୂର୍ଣ୍ଣ ବିଗିଡ଼ି ଯାଇଥିଲା। ଫଳରେ ଜଣେ ବର...
କରୋନା ସଙ୍କଟ ଯୋଗୁ ବର୍ଷେ ହେଲାଣି ଦରମା ନେଇନାହାନ୍ତି ମୁକେଶ
ନୂଆଦିଲ୍ଲୀ,୩।୬: ଦେଶରେ କରୋନା ପ୍ରକୋପ ଏବେ ବି ଜାରି ରହିଛି। କରୋନା ସଙ୍କଟର ଭୟାବହତାକୁ ଦେଖି ରିଲାଏନ୍ସ ଇଣ୍ଡଷ୍ଟ୍ରିର (ଆର୍ଆଇଏଲ୍)ର ଅଧ୍ୟକ୍ଷ ମୁକେଶ ଆମ୍ବାନୀ ଗତ...


