Categories: ଖେଳ

ପନ୍ତଙ୍କୁ ନେଇ କାର୍ତ୍ତିକଙ୍କ ଭବିଷ୍ୟବାଣୀ: କହିଲେ ୧୦୦ ଟେଷ୍ଟ ଖେଳିବେ…

ନୂଆଦିଲ୍ଲୀ,୮।୬: ଅଷ୍ଟ୍ରେଲିଆ-ଇଂଲଣ୍ଡ ବିପକ୍ଷରେ ଦମ୍‌ଦାର ବ୍ୟାଟିଂ କରି ପ୍ରଶଂସିତ ହୋଇଥିଲେ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ। ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ସେ ଅନେକ ଉଲ୍ଲେଖନୀୟ ପାଳି ଖେଳିଥିଲେ। ଏବେ ପନ୍ତ ଇଂଲଣ୍ଡ ଗସ୍ତରେ ଥିବା ବେଳେ ସେ ଭଲ ପ୍ରଦର୍ଶନ କରିବେ ବୋଲି ଆଶା ଥିବା ଉଇକେଟକିପର-ବ୍ୟାଟ୍ସମ୍ୟାନ୍‌ ଦିନେଶ କାର୍ତ୍ତିକ କହିଛନ୍ତି। ଏହାଛଡ଼ା ଭବିଷ୍ୟବାଣୀ କରି ପନ୍ତ ଭାରତ ପାଇଁ ୧୦୦ ଟେଷ୍ଟ ଖେଳିବେ ବୋଲି ସେ କହିଛନ୍ତି।

ସ୍ପୋଟ୍ସ ଟୁଡେ ସହ ସାକ୍ଷାତକାରରେ କାର୍ତ୍ତିକ କହିଛନ୍ତି, ମୋତେ ଲାଗୁଛି କିଛି ସମୟ ଧରି ଲୟରେ ଅଛନ୍ତି ପନ୍ତ। କିଛି ପ୍ରଶଂସନୀୟ ପାଳି ସେ ଖେଳିଛନ୍ତି। ବିଶ୍ୱକପ୍‌ ଫାଇନାଲ ହେଉ ଅଥବା ଆଇପିଏଲ୍‌ ଫାଇନାଲ। ଚାପରେ ଥାଇ ମଧ୍ୟ ସେ ଭଲ ଖେଳି ପାରନ୍ତି। ସେ ଏଭଳି ଜଣେ ଖେଳାଳି ଯିଏ ସବୁ ଚ୍ୟାଲେଞ୍ଜ ପାଇଁ ପ୍ରସ୍ତୁତ ଥାନ୍ତି। ଏହି ଚିନ୍ତାଧାରା ଯୋଗୁ ସେ ଦଳକୁ ମ୍ୟାଚ୍‌ ଜିତାଇବାରେ ସହାୟତା କରିବା ଲାଗି ମଉକା ଖୋଜି ପାଇଥାନ୍ତି। ଏସବୁକୁ ଦେଖିଲେ ଭାରତୀୟ କ୍ରିକେଟର ସେ ଜଣେ ଅଭିନ୍ନ ଅଙ୍ଗ ହୋଇ ରହିବେ। ସେ ୧୦୦ ଟେଷ୍ଟ ମ୍ୟାଚ୍‌ ଖେଳିଥିବା ଖେଳାଳିଙ୍କ ମଧ୍ୟରୁ ନିଶ୍ଚିତ ଭାବେ ଜଣେ ହେବେ। ଏହାଛଡ଼ା ସେ ସୀମିତ ଓଭର କ୍ରିକେଟ ମଧ୍ୟ ଖେଳିବେ ବୋଲି କାର୍ତ୍ତିକ କହିଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.