E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମୟୂରଭଞ୍ଜ, ରାଜ୍ୟ

କସିବଣୀ ଗାଁକୁ ଛୁଇଁନି କରୋନା
8:09 amJune 11, 2021

କୁଆମରା,୧୧।୬(ଡି.ଏନ.ଏ.)- ଦୁଇବର୍ଷ ହେଲା ମହାମାରୀ କରୋନା ସାରା ବିଶ୍ୱକୁ କବଳିତ କରିଥିବା ବେଳେ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ କୁଆମରା ପଞ୍ଚାୟତ ଅନ୍ତର୍ଗତ କସିବଣୀ ଗଁାକୁ ଛୁଇଁ ପାରିନାହିଁ। ପ୍ରବାହିତ ନାଲୁହା ନଦୀର ଉପରମୁଣ୍ଡରେ ଅବସ୍ଥିତ ଏହି ଗଁାକୁ ଚାରିଚକିଆ ଗାଡ଼ି ଯିବା ପାଇଁ ରାସ୍ତା ନାହିଁ। ସବୁ କ୍ଷେତ୍ରରେ ଅବହେଳିତ ଏହି ଗାଁର ଲୋକସଂଖ୍ୟା ୧ ଶହ। ୧୦ ପ୍ରତିଶତ ଶିକ୍ଷିତ ଥିବାବେଳେ ସ୍ବାଧୀନତାର ୭୦ ବର୍ଷ ପରେ ବି ଗ୍ରାମର ଜଣେ ହେଲେ ସରକାରୀ କିମ୍ବା ବେସରକାରୀ ଚାକିରି କରି ନାହାନ୍ତି। ଖଟିଲେ ସମସ୍ତଙ୍କ ଚୁଲି ଜଳେ।
ଦୁର୍ଗମ ଅଞ୍ଚଳରେ ଥିବା ଏହି ଗାଁକୁ ଖବରକାଗଜ ଯାଏନି କି କାହା ଘରେ ଟିଭି ନାହିଁ। କେତେବେଳେ କେମିତି ଜଣେ ଅଧେ ମୋବାଇଲ ଦ୍ୱାରା ଖବର ପାଆନ୍ତି। ଆଖପାଖ ଲୋକଙ୍କଠାରୁ କରୋନା ବିଷୟରେ ଶୁଣି ସେମାନେ ଏବେ ବହୁ ସଚେତନ ଅଛନ୍ତି। ମହାମାରୀ ଲୋକଙ୍କ ଜୀବନ ନେଉଥିବା ଜାଣି ଏହି ଗ୍ରାମର ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି। କରୋନା ରୋକିବା ଲାଗି ୨ ବର୍ଷ ହେଲା ଗାଁରେ ବିବାହ କିମ୍ବା କୌଣସି ଭୋଜି ଭାତ ମଧ୍ୟ ହୋଇନାହିଁ। ସାପ୍ତାହିକ ହାଟକୁ ଗଲେ ଲୋକେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ପ୍ରତି ଗୁରୁତ୍ୱ ଦେଉଛନ୍ତି। ଗ୍ରାମର ଜଣେ ବି କେହି କୋଭିଡ୍‌ ଟିକା ନେଇ ନ ଥିବା ବେଳେ ସମସ୍ତେ ସରକାରଙ୍କ କଟକଣା ମାନି ଚଳୁଥିବା ଗ୍ରାମର ଲକ୍ଷ୍ମୀଧର ମାରାଣ୍ଡି, ବିରାମ ମାରାଣ୍ଡି, ବୈଦ୍ୟନାଥ ମାଝି, ଦେବେନ୍ଦ୍ର ମାଝି ଓ ରୁହିଆ ସୋରେନ ପ୍ରମୁଖ କହିଛନ୍ତି। ଏ ସଂକ୍ରାନ୍ତରେ ସ୍ଥାନୀୟ ସରପଞ୍ଚ ସସ୍ମିତା ନାୟକଙ୍କୁ ପଚାରିବାରୁ ଉକ୍ତ ଗାଁର କୌଣସୀ ଲୋକଙ୍କଠାରେ ଅଦ୍ୟାବଧି କରୋନା ଲକ୍ଷଣ ପ୍ରକାଶ ପାଇନାହିଁ। ତେଣୁ ସେମାନଙ୍କର କୋଭିଡ୍‌ ଟେଷ୍ଟର ଆବଶ୍ୟକତା ପଡ଼ିନାହିଁ ବୋଲି କହିଛନ୍ତି। ତେବେ କରୋନା ଏବେ ଗାଁ ମୁହଁା ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ ଏହି ଗାଁରେ ଅଧିକ ସତର୍କତାମୂଳକ ବ୍ୟବସ୍ଥା ଗ୍ରହଣ କରାଯିବା ଲାଗି ମତ ପ୍ରକାଶ ପାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମୟୂରଭଞ୍ଜ, ରାଜ୍ୟ View All

ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ

ଭୁବନେଶ୍ୱର,୩।୬: କୋଭିଡ୍‌ ମହାମାରୀରେ ଅମ୍ଳଜାନର ଆବଶ୍ୟକତାକୁ ନଜରରେ ରଖି ସ୍ଲାଇଲ ପ୍ଲିଜ୍‌, ସ୍ପର୍ଶ ହସ୍ପିଟାଲ ଏବଂ ଓଡ଼ିଶା ସୋସାଇଟି ଅଫ୍‌ ଦ ଆମେରିକା ହେଲ୍‌ଥ ଆଣ୍ଡ...

ବିଷ୍ଣୁପଦଙ୍କ କବିତା ସଙ୍କଳନ ଉନ୍ମୋଚିତ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବରିଷ୍ଠ ଅମଲାତନ୍ତ୍ରୀ ବିଷ୍ଣୁପଦ ସେଠୀଙ୍କ ଇଂଲିଶ କବିତା ସଙ୍କଳନ ‘ବିୟଣ୍ଡ ହିୟର୍‌ ଆଣ୍ଡ୍‌ ଅଦର ପୋଏମ୍ସ’କୁ ଉନ୍ମୋଚନ କରିଛନ୍ତି।...

ତୃତୀୟ ଲହର ପାଇଁ ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୬(ବ୍ୟୁରୋ):ଆଗାମୀ ସପ୍ତାହ ମଧ୍ୟରେ ରାଜ୍ୟରେ କୋଭିଡ୍‌ ଦ୍ବିତୀୟ ଲହରର ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶାବ୍ୟକ୍ତ କରିଛନ୍ତି। ଅଭିଜ୍ଞତାକୁ ଉପଯୋଗ...

ଟେରାକୋଟା ଶିଳ୍ପୀଙ୍କୁ ଜୀବିକା ଚିନ୍ତା

ଭଦ୍ରକ ଅଫିସ, ୬।୬- କରୋନା ଯୋଗୁ ସମସ୍ତ ବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଛୋଟ ବଡ଼ ବ୍ୟବସାୟୀମାନେ ମୁଣ୍ଡରେ ହାତ ଦେଲେଣି। ଲକ୍‌ଡାଉନ ଓ ଶଟ୍‌ଡାଉନ...

ବିଆର୍‌ପିଏଲ୍‌ ବିରୋଧରେ ଏନ୍‌ଜିଟି ମାମଲା: ଏସ୍‌ପିସିବିର ଲୋକଦେଖାଣିଆ ତଦନ୍ତ

ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍‌ପିଏଲ୍‌) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...

ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା

ପୁରୀ,୧୬।୬: ରଥଯାତ୍ରା ଭଳି ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ବୁଧବାର ଅନୁଷ୍ଠିତ ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି।...

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌

ଯାଜପୁର ଅଫିସ, ୧ା୬: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍‌ ସୋମବାର ଅପରାହ୍ନ ପ୍ରାୟ...

ଭାଜପା-ବିଜେଡିର ଟୁଇଟ୍‌ ଯୁଦ୍ଧ

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟର ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ରହିବା ଏବଂ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟରକୁ ବାଦ୍‌ ଦିଆଯିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏସବୁ ଖାଦ୍ୟ ଖାଉଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ
Next Post Next post:
ବିଦେଶରେ ମୟୂରଭଞ୍ଜ ଛତୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts