ନୂଆଦିଲ୍ଲୀ,୬।୬: ଘରେ ରାଶନ ପହଞ୍ଚାଇବା ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ କରାଯାଇଥିବା ଯୋଜନା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁହଁ ଖୋଲିଛନ୍ତି। କେଜରିଓ୍ବାଲ କେନ୍ଦ୍ର ସରକାରଙ୍କ ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ସୃଷ୍ଟି କରୁଛନ୍ତି। କେନ୍ଦ୍ର ସରକାର କହିଛନ୍ତି ଯେ, ରାଷ୍ଟ୍ରୀୟ କଳ୍ୟାଣକାରୀ ଯୋଜନାରୁ କୌଣସି ନାଗରିକଙ୍କୁ ବଞ୍ଚିତ କରାଯିବ ନାହିଁ। ତେବେ ଦିଲ୍ଲୀ ସରକାର ଅନ୍ୟ କୌଣସି ଯୋଜନା ମାଧ୍ୟମରେ ଘରେ ଘରେ ରାଶନ ବଣ୍ଟନ କରିପାରିବେ। ଏଥିରେ କେନ୍ଦ୍ରର କୌଣସି ଆପତ୍ତି ନାହିଁ। ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଅନ୍ତର୍ଗତ ଦିଲ୍ଲୀ ନିଜର କୋଟା ଅନୁସାରେ ୩୭,୪୦୦ ମେଟ୍ରିନ୍ ଟନ୍ ଖାଦ୍ୟଶସ୍ୟ ସଂଗ୍ରହ କରୁଛି। ଏହାର ୯୦ ପ୍ରତିଶତ ପର୍ଯ୍ୟନ୍ତ ଆବଣ୍ଟିତ କରାଯାଉଥିବା କେନ୍ଦ୍ର ସରକାର କହିଛନ୍ତି।
୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...
ରାମମନ୍ଦିର ଟ୍ରଷ୍ଟରେ ଜମି ଦୁର୍ନୀତି ଅଭିଯୋଗ
ଲକ୍ଷ୍ନୌ, ୧୪।୬: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟର ଦେଖାଶୁଣା କରିବା ଲାଗି କେନ୍ଦ୍ର ସରକାରଙ୍କ ଦ୍ୱାରା ଗଠିତ ଟ୍ରଷ୍ଟ ବେଆଇନ ଜମି କାରବାରରେ ସମ୍ପୃକ୍ତ ଥିବାନେେଇ...
ଆଉ ଏକ ମହାଅଭିଯାନ କଲେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ମହାଅଭିଯାନ ଆରମ୍ଭ କରିଛନ୍ତି। ୨୬ଟି ରାଜ୍ୟର ୧୧୧ଟି ତାଲିମ କେନ୍ଦ୍ରରୁ କରୋନା ସ୍ବାସ୍ଥ୍ୟସେବା ଫ୍ରଣ୍ଟଲାଇନ କର୍ମଚାରୀଙ୍କ ପାଇଁ...
ବ୍ଲାକ୍ ଫଙ୍ଗସ୍ ଔଷଧ ଟିକସ ମୁକ୍ତ
ନୂଆଦିଲ୍ଲୀ, ୧୨।୬: ବ୍ଲାକ୍ ଫଙ୍ଗସ୍ ଔଷଧକୁ ସରକାର ଟିକସ ମୁକ୍ତ କରିଛନ୍ତି। ଶନିବାର ଜିଏସ୍ଟି କାଉନସିଲ ବୈଠକ ପରେ ରେମ୍ଡେସିଭିର ଭଳି କୋଭିଡ୍-୧୯ ଔଷଧ ଏବଂ...
ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ଉଦ୍ଧବ
ମୁମ୍ବାଇ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ଦଲୀପ ପାଟିଲ ସୋମବାର ଏହି...
ଆନ୍ଧ୍ର ଛୁଇଁଲା ମୌସୁମୀ
ନୂଆଦିଲ୍ଲୀ,୭।୬(ପି.ଟି.): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରବିବାର ସମଗ୍ର ଉତ୍ତରପୂର୍ବାଞ୍ଚଳରେ ପହଞ୍ଚତ୍ଥିବା ଭାରତର ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ କୁହାଯାଇଛି। ଏହା ସ୍ବାଭାବିକ ତାରିଖର ୪ ଦିନ...
ମୋଦି ସରକାରଙ୍କୁ ୩୫ ହଜାର କୋଟିର ହିସାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୨।୬: କେନ୍ଦ୍ର ସରକାରଙ୍କ ଟିକାକରଣ ନୀତିକୁ ବୁଧବାର ତୀବ୍ର ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟ। ଟିକାକରଣ ପାଇଁ ବଜେଟ୍ରେ ୩୫ ହଜାର କୋଟି ଟଙ୍କା ଆଗତ...
ସମାଲୋଚକଙ୍କୁ ନିର୍ବାଚନ ଲଢ଼ିବା ମନା
ମସ୍କୋ, ୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଶୁକ୍ରବାର ଏକ ନୂଆ ବିଲ୍ରେ ସ୍ବାକ୍ଷର କରିଛନ୍ତି। କୌଣସି ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସମାଲୋଚନା କଲେ ଉକ୍ତ ଆଇନ...


