ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ

ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ମନୁଶୁ ପଞ୍ଚାୟତର ଗୁଞ୍ଜିଗଡ଼ା ଗ୍ରାମରେ ଏଭଳି ଘଟଣା ଘଟିଛି। ମୃତ ଖେଳାଳି ହେଲେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଦେବବ୍ୟାସ ନାୟକ(୧୭)।
ସୂଚନା ଅନୁଯାୟୀ, ଗୁଞ୍ଜିଗଡ଼ା ଗ୍ରାମରେ ଏକ କ୍ରିକେଟ ଟୁର୍ନାମେଣ୍ଟ ଚାଲିଥିଲା। ଭୁଲ ବୁଝାମଣାରୁ ବେନ୍ଦଲାପାସ ଏବଂ ରାମପୁରର ଡୁମେରପଦର ଦଳ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ବେନ୍ଦଲାପାସ ଦଳର ଖେଳାଳିମାନେ ଉତ୍ତ୍ୟକ୍ତ ହୋଇ ପ୍ରତିପକ୍ଷ ଦଳର ଖେଳାଳି ଦେବବ୍ୟାସଙ୍କୁ ଷ୍ଟମ୍ପ୍‌ରେ ଆକ୍ରମଣ କରିଥିଲେ। ଏଥିରେ ଦେବବ୍ୟାସଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଥିଲା। ଫଳରେ ସେ ଚେତାଶୂନ୍ୟ ହୋଇପଡ଼ିଥିଲେ। ସାଥୀ ଖେଳାଳୀ ତାଙ୍କୁ ତୁରନ୍ତ କାଶୀପୁର ଡାକ୍ତରଖାନାକୁ ନେଇଥିଲେ। ପରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଉଥିଲା। ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ଦେବବ୍ୟାସଙ୍କ ବଡ଼ବାପା କାଶୀପୁର ଥାନାରେ ଏତଲା ଦେଇଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି। କାଶୀପୁର ପୋଲିସ ବେନ୍ଦଲାପାସ ଦଳର ଖେଳାଳି ଗଙ୍ଗା ମାଝିକୁ ଅଟକ ରଖି ପଚରାଉଚୁରା କରୁଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.