ଭୁବନେଶ୍ୱର, ୩୧।୫(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ସେ ୧ବର୍ଷ ୧୦ମାସ ଧରି ବିଭାଗର ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ତାଙ୍କ କାର୍ଯ୍ୟକାଳ ସମୟରେ କୋଭିଡ୍ ପରିସ୍ଥିତିରେ ଗଣମାଧ୍ୟମ ସୁପରିଚାଳନା କରିବା ତାଙ୍କର ଉଲ୍ଲେଖନୀୟ କାର୍ଯ୍ୟ ରହିଥିଲା। ଏହା ପୂର୍ବରୁ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରିଥିଲେ। ତାଙ୍କ ଅବସର ପରେ ବିଭାଗୀୟ ନିର୍ଦ୍ଦେଶକ(ବୈଷୟିକ) ନିରଞ୍ଜନ ସେଠୀଙ୍କୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ନିର୍ଦ୍ଦେଶକ ଦାୟିତ୍ୱ ପ୍ରଦାନ କରାଯାଇଛି। ସୋମବାର ବିଭାଗ ପକ୍ଷରୁ ଏ ନେଇ ଏକ ଆଦେଶନାମା ପ୍ରକାଶ ପାଇଛି। ପ୍ରକାଶଥାଉକି, ନିରଞ୍ଜନ ସେଠୀଙ୍କର ଦୀର୍ଘବର୍ଷ ଧରି ଏହି ବିଭାଗୀୟ କାର୍ଯ୍ୟରେ ଅଭିଜ୍ଞତା ରହିଛି। ବିଦାୟୀ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ରଙ୍କୁ ଏହି ଅବସରରେ ବିଭାଗ ତରଫରୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। କୋଭିଡ୍ କଟକଣା ମଧ୍ୟରେ ଲୋକ ସମ୍ପର୍କ ଭବନଠାରେ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭାଗୀୟ ଯୁଗ୍ମ ଶାସନ ସଚିବ, ଯୁଗ୍ମ ନିର୍ଦ୍ଦେଶକ, ଓଡ଼ିଶା ସୂଚନା ସେବା ସଂଘ କର୍ମକର୍ତ୍ତା ଉପସ୍ଥିତ ଥିଲେ।
ଅବସର ନେଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ନିରଞ୍ଜନ ସେଠୀଙ୍କୁ ନିର୍ଦ୍ଦେଶକ ଦାୟିତ୍ୱ
ଟିକା ଗ୍ଲୋବାଲ ଟେଣ୍ଡରକୁ ଧକ୍କା
ଭୁବନେଶ୍ୱର,୨ା୬(ବ୍ୟୁରୋ):ରାଜ୍ୟ ସରକାର ୧୮ରୁ ୪୪ ବର୍ଷର ଲୋକଙ୍କୁ ମାଗଣାରେ କୋଭିଡ୍ ଟିକା ଯୋଗାଇବାକୁ ଘୋଷଣା କରିଛନ୍ତି। ହେଲେ ଟିକା ସଂଗ୍ରହ କରିବା ଏବେ ସରକାରଙ୍କ ପାଇଁ...
ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା...
ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ
କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ...
ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀକୁ ୨୬ଟ୍ରେନ୍ ବାତିଲ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ପୁରୀରେ ଆସନ୍ତା ମାସରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ଯାତ୍ରୀଙ୍କ ସମ୍ଭାବ୍ୟ ଆଗମନକୁ ରୋକିବା ଏବଂ କୋଭିଡ୍-୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଉଦ୍ଦେଶ୍ୟରେ...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି।...
୨ ଦିନ ବର୍ଷା
ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ଏକ ଟ୍ରପ୍ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ...
ଏମ୍କେସିଜି କୋଭିଡ୍ ହସ୍ପିଟାଲ-୧ ବନ୍ଦ
ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...
ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା
ଭୁବନେଶ୍ବର,୧୮।୬: ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...


