ହିନ୍ଦୋଳ,୩।୬: ବିବାହିତା ଥିଲେ। ହସଖୁସିର ପରିବାର ଥିଲା। ତଥାପି ଆଉ ଜଣଙ୍କୁ ମନ ଦେଇଥିଲେ ମହିଳା। ସ୍ବାମୀଙ୍କୁ ଛାଡ଼ି ୧୫ ଦିନ ତଳେ ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ। ଗୁରୁବାର ସମ୍ପୃକ୍ତ ପ୍ରେମୀଯୁଗଳଙ୍କୁ ପୋଲିସ ଉଦ୍ଧାର କରିବା ପରେ ଥାନା ପରିସରରେ ବିବାହ ସମ୍ପନ୍ନ ହୋଇଛି। ଉଭୟଙ୍କ ପରିବାର ସଦସ୍ୟ ଏବଂ ଭଦ୍ରବ୍ୟକ୍ତିଙ୍କ ଉପସ୍ଥିତିରେ ଏହି କାର୍ଯ୍ୟ ହୋଇଥିବା ବେଳେ ମହିଳା ଜଣକ ପ୍ରେମିକଙ୍କ ସହ ରହିବାକୁ ସହମତି ଜଣାଇ ଲିଖିତ ଆକାରରେ ଦେଇଛନ୍ତି। ଏଭଳି ଏକ ଘଟଣା ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ପୋଲିସ ସୂଚନା ଅନୁଯାୟୀ, ବରଡ଼ାପାଳ ଅଞ୍ଚଳର ଜଣେ ଯୁବକ ୨୦୨୦ ଜାନୁୟାରୀରେ ହିନ୍ଦୋଳ ଏନ୍ଏସି ଅନ୍ତର୍ଗତ ଗୁଣ୍ଡିଚାମଣ୍ଡପ ଗ୍ରାମରେ ସମ୍ପୃକ୍ତା ମହିଳାଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ଯୁବକ ଜଣକ ଭୁବନେଶ୍ୱରରେ ରହି କାର୍ଯ୍ୟ କରୁଛନ୍ତି। ଏ ଭିତରେ ହିନ୍ଦୋଳ ଏନ୍ଏସି ରାଧାନାଥପୁର ଗ୍ରାମର ଅନ୍ୟ ଜଣେ ଯୁବକଙ୍କ ସହ ମହିଳାଙ୍କ ସମ୍ପର୍କ ଗଢ଼ି ଉଠିଥିଲା। ଗତ ମେ ୧୮ରେ ଉଭୟେ ଫେରାର ହୋଇଯାଇଥିଲେ। ଏ ନେଇ ମହିଳାଙ୍କ ସ୍ବାମୀ ହିନ୍ଦୋଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ।
Posted inଆମ ଜିଲା ଖବର, ଢେଙ୍କାନାଳ, ରାଜ୍ୟ View All
ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା
ବରଗଡ଼ ଅଫିସ,୧୮ା୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଅବ୍ୟବସ୍ଥିତ ହୋଇପଡ଼ିଛି। ମଣ୍ଡିକୁ ଚାଷୀମାନେ ଧାନ ଆଣୁଛନ୍ତି, କିନ୍ତୁ ବିଭିନ୍ନ ଆଳରେ ସେହି ଧାନକୁ...
ପରୀ ପରେ ବେବିନାଙ୍କୁ ହତ୍ୟା
ନୟାଗଡ଼ ଅଫିସ/ଦଶପଲ୍ଲା, ୧୭ା୬(ଡି.ଏନ୍.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଗଁାର ୫ ବର୍ଷୀୟା ଶିଶୁକନ୍ୟା ବେବିନା ନାୟକଙ୍କୁ ହତ୍ୟା...
୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା
ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ...
ଧାରଣା ଦେଲେ ପରିବାର
ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍ ସଂକ୍ରମିତ ନିଖୋଜ ବାପାଙ୍କୁ ପୁଅ ଖୋଜୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ପତ୍ତା ମିଳୁନାହିଁ। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଦ୍ୱନ୍ଦ୍ୱ ଓ ଚିନ୍ତାରେ ଥିବା...
ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି।...
ଘାଟିରେ ଓଲଟିଲା ଅଟୋ, ଜଣେ ଶ୍ରମିକଙ୍କ ଜୀବନ ଗଲା; ୧୨ ଗୁରୁତର
ପାରଳାଖେମୁଣ୍ଡି,୧୬ା୬(ଡି.ଏନ୍.ଏ.): ଗଜପତି ଜିଲା ରାୟଗଡ଼ ଥାନା ଅଧିନସ୍ଥ ରାଶିବାଡ଼ ଘାଟିରେ ଏକ ଡାଲା ଅଟୋ ଓଲଟି ପଡ଼ିଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ...
କଣ୍ଠଶିଳ୍ପୀ ତପୁଙ୍କୁ ମିଳିଲା ସହାୟତା
ଭୁବନେଶ୍ୱର,୧୮।୬: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ଶୁକ୍ରବାର ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ରାଜ୍ୟ...
ଟିକାକରଣରେ ଅବ୍ୟବସ୍ଥା ନେଇ ଅସନ୍ତୋଷ
ଯାଜପୁର ଅଫିସ,୧୧।୬: ଯାଜପୁର ଜିଲାର କେତେକ କରୋନା ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା ଦେଖା ଦେଇଛି। ଏହାବାଦ୍ ଜିଲାରେ ୧୮ରୁ ୪୫ ବର୍ଷ ପର୍ଯ୍ୟନ୍ତ ଟିକାକରଣ କାର୍ଯ୍ୟକ୍ରମ...


